ଆସନ୍ତାକାଲି ଓଡ଼ିଶା ଆସିବେ ଅମିତ ଶାହ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତାକାଲି ଓଡ଼ିଶା ଆସିବେ ଅମିତ ଶାହ। ଆଗରୁ ରାଉରକେଲା ଓ କଣ୍ଟାବାଞ୍ଜିରେ ଅମିତ ଶାହଙ୍କର ନିର୍ବାଚନୀ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ଥିଲା। ହେଲେ ଏବେ ସେ ଆସନ୍ତାକାଲି (୧୫ ତାରିଖ) ଓଡ଼ିଶା ଗସ୍ତରେ ଆସି ସୋରଡ଼ା ଓ ବୌଦ୍ଧରେ ସାଧାରଣ ସଭାରେ ଯୋଗ ଦେବେ ବୋଲି ଜଣାଯାଇଛି। ଏହାଛଡ଼ା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କଟକରେ ରୋଡ୍ ସୋ କରିବେ।

ଶୋଭାଯାତ୍ରା ଅପରାହ୍ନ ୪ଟାରୁ ଗୋପବନ୍ଧୁ ବାଗ ଠାରୁ ଆରମ୍ଭ ହୋଇ ବକ୍ସିବଜାର, ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର, ନୟାସଡ଼କ, ବାଲୁବଜାର, ଚାନ୍ଦିନୀ ଚୌକ, ମହମଦିଆ ବଜାର, ଶେଖବଜାର ହୋଇ ଚଣ୍ଡୀ ମନ୍ଦିର ପାଖରେ ପହଞ୍ଚିବ। ତାଙ୍କୁ ବିପୁଳ ସଂଖ୍ୟାରେ ସ୍ୱାଗତ ସହିତ ଯୋଗଦାନ କରିବା ପାଇଁ କଟକ ନଗର ଭାଜପା ସଭାପତି ଲଲାଟେନ୍ଦୁ ବଡୁ କଟକ ସହର ବାସୀଙ୍କୁ ନିବେଦନ କରିଛନ୍ତି।  ସୂଚନା ଅନୁସାରେ,  ଗତ ମାସରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି ସୋନପୁରରେ ନିର୍ବାଚନ ବିଗୁଲ୍‌ ବଜାଇଥିଲେ। ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଥିଲେ।

ରାମେଶ୍ବର ଷ୍ଟାଡିୟମ୍‌ରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧିତ କରିବା ଅବସରରେ ଶ୍ରୀ ଶାହ କହିଥିଲେ, ଓଡ଼ିଶାରେ ଖଣିଜ ସଂପଦ ପ୍ରଚରୁ ରହିଛି। ସବୁଠାରୁ ଅଧିକ ପାଣି ରହିଛି। ତଥାପି ଓଡ଼ିଶାର ବିକାଶ ହୋଇପାରୁ ନାହିଁ। ଓଡ଼ିଶାର ଜନତା ମୁମ୍ବାଇ, ଗୁଜରାଟ, ଦିଲ୍ଲୀ, ବେଙ୍ଗାଲୁରୁ ଦାଦନ ଖଟିବାକୁ ଯାଉଛନ୍ତି। ଭାରତୀୟ ଜନତା ପାର୍ଟିର ସରକାର ଆସିଲେ ଓଡ଼ିଶାର ଲୋକଙ୍କୁ ଦାଦନ ଖଟିବାକୁ ଯିବାକୁ ପଡ଼ିବ ନାହିଁ। ଲୋକଙ୍କୁ ଏଠାରେ ରୋଜଗାର ମିଳିବ।

Leave A Reply

Your email address will not be published.