୧୬ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଅମୃତ ଉଦ୍ୟାନ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଉଦଘାଟିତ ହେଲା ଉଦ୍ୟାନ ଉତ୍ସବ-୨ । ଏହାକୁ ବିଧିବଦ୍ଧ ଭାବେ ଆଜି ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉଦ୍ୟାନ ଉତ୍ସବ-୨ ଅନ୍ତର୍ଗତ ଅଗଷ୍ଟ ୧୬ ତାରିଖରୁ ସେପ୍ଟେମ୍ବର ୧୭ ତାରିଖ ଗୋଟିଏ ମାସ ପର୍ୟ୍ୟନ୍ତ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲାଯିବ।‌ ଅମୃତ ଉଦ୍ୟାନ ସେପ୍ଟେମ୍ବର ୫ ତାରିଖ ଶିକ୍ଷକ ଦିବସ ଅବସରରେ କେବଳ ଶିକ୍ଷକମାନଙ୍କ ପାଇଁ ଖୋଲା ରହିବ।

ଚଳିତ ବର୍ଷରୁ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନକୁ ସର୍ବସାଧାରଣଙ୍କ ପାଇଁ ବର୍ଷକୁ ଦୁଇଥର ଖୋଲାଯାଉଛି।ଏଥିପାଇଁ ଅଗଷ୍ଟ ୭ରୁ ଅନଲାଇନ ବୁକିଂ ଆରମ୍ଭ ହୋଇଛି। ଆଗନ୍ତୁକମାନେ ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ଅମୃତ ଉଦ୍ୟାନ ପରିଦର୍ଶନ କରିପାରିବେ।

Leave A Reply

Your email address will not be published.