ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ଆଉ କିଛି ସମୟ ମଧ୍ୟରେ ବସିବାକୁ ଯାଉଛି କ୍ୟାବିନେଟର ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ । ତେବେ କ୍ୟାବିନେଟରେ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ ତାହା ସସପେନ୍ସ ରହିଛି । କିନ୍ତୁ ଚାପରେ ଚେପା ହୋଇଥିବା ସରକାର ଆଦିବାସୀ ଜମି ବିକ୍ରି ସଂପର୍କିତ ପୂର୍ବରୁ ପାରିତ ପ୍ରସ୍ତାବକୁ ସଂଶୋଧନ କିମ୍ବା ପ୍ରତ୍ୟାହାର କରିପାରନ୍ତି ବୋଲି କୁହାଯାଉଛି ।
ଆଜି ସକାଳ ୧୦ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ତେବେ ଏହି ବୈଠକରେ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ଶୀତ ଅଧିବେଶନ ଜାରି ରହିଥିବା ସମୟରେ ଏହି କ୍ୟାବିନେଟ୍ ବୈଠକକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ୬୭ତମ କ୍ୟାବିନେଟ ବୈଠକରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ତେବେ ନିର୍ଦ୍ଦିଷ୍ଟ ଭାବରେ କେଉଁ ପ୍ରସଙ୍ଗ ସମ୍ପର୍କରେ ନିଷ୍ପତ୍ତି ନିଆଯିବ, ତାହା ସ୍ପଷ୍ଟ ହୋଇନାହିଁ । ତେବେ ଏହି ବୈଠକ ବହୁ ଗୁରୁତ୍ଵପୂର୍ଣ୍ଣ ।
ଗତକାଲି ପ୍ରଶ୍ନକାଳ ଆରମ୍ଭରୁ ଗୃହର ମଧ୍ୟ ଭାଗକୁ ଆସି ବିଜେପି ଓ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଆଦିବାସୀ ଜମି ନେଇ କ୍ୟାବିନେଟ୍ ନିଷ୍ପତ୍ତି ସମ୍ପୂର୍ଣ ପ୍ରତ୍ୟାହାର ଏବଂ ଗୃହରେ ଆଲୋଚନା ଦାବି କରି ବିରୋଧୀ ବିଜେପି ଓ କଂଗ୍ରେସ ହଟ୍ଟଗୋଳ କରିଥିଲେ । ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଏବଂ ଜୋରଦାର ହଙ୍ଗାମା କରିବା ସହ ବାଚସ୍ପତିଙ୍କ ପୋଡିଏମ ନିକଟକୁ ଯାଇ ବିରୋଧୀ ପ୍ଲାକାର୍ଡ ଧରି ପ୍ରତିବାଦ କରିଥିଲେ । ଯାହା ଫଳରେ ପ୍ରଶ୍ନକାଳ ଚାଲିପାରି ନଥିଲା ।
ଗତକାଲି ବିଧାନସଭାରୁ ବାହାରି ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟିଛନ୍ତି ବିଜେପି ସଦସ୍ୟ । ଆଦିବାସୀ ଜମି ବିକ୍ରି ସଂକ୍ରାନ୍ତୀୟ କ୍ୟାବିନେଟ ନିଷ୍ପତିକୁ ସଂପୂର୍ଣ୍ଣ ପ୍ରତ୍ୟାହାର କରିବା ଦାବିରେ ରାଜ୍ୟପାଳଙ୍କ ନିକଟରେ ଫେରାଦ ହୋଇଛି ବିଜେପି ବିଧାୟକ ଦଳ ।