ପୁଣି ୨୯ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗାଙ୍ଗେୟ୍ ଉପତ୍ୟକା ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି ୱେଲ୍ ମାର୍କଡ ଲୋ ପ୍ରେସର । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୱେଲ୍ ମାର୍କଡ ଲୋ ପ୍ରେସର ଆସନ୍ତା ୨ ଦିନରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଝାଡଖଣ୍ଡ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ପହଞ୍ଚିବ । ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ଗଞ୍ଜାମ, ଗଜପତି, କାଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବଲାଙ୍ଗୀର, ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହାପୂର୍ବରୁ ଉତ୍ତର କେନ୍ଦ୍ରୀୟ, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଲାଗିରହିବ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଏସ୍‌ଆରସିଙ୍କ ପକ୍ଷରୁ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକର ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯିବା ସହ ମତ୍ସ୍ୟଜୀବୀଙ୍କୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ବାରଣ କରାଯାଇଛି।

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧ ତାରିଖ ଯାଏ ରାଜ୍ୟରେ ଜାରି ରହିବ ବର୍ଷା । ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଗତକାଲି ମୌସୁମୀ ଟ୍ରଫ୍‌ର ପୂର୍ବ ଭାଗ ଅର୍ଥାତ୍‌ ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ସନ୍ଧ୍ୟା ସୁଦ୍ଧା ଝାଡ଼ଖଣ୍ଡ ଉପରେ ରହିଛି। ମଙ୍ଗଳବାର ତାହା ମୌସୁମୀ ଟ୍ରଫ୍‌ ସହ ବିଲୀନ ହେବ। ଏପର୍ଯ୍ୟନ୍ତ କୌଣସି ଲଘୁଚାପ ସୃଷ୍ଟି ହୋଇ ନାହିଁ।

Leave A Reply

Your email address will not be published.