ପୁଣି ବଜେଟ ଉପରେ ହେବ ବିଧାନସଭା ସରଗରମ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦୁଇ ଦିନର ବିରତି ପରେ ଆଜିଠୁ ପୁଣି ସରଗରମ ହେବ ବିଧାନସଭା। ୨୦୧୪-୨୫ ଆର୍ଥିକ ବଜେଟ୍ ଉପରେ ଗୃହରେ ସାଧାରଣ ଆଲୋଚନା ଆରମ୍ଭ ହେବ।  ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍ ମୋହନ ସରକାର ଆଣିଛନ୍ତି। ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍ ମୋହନ ସରକାର ଆଣିଛନ୍ତି। ୨୦୨୪-୨୫ ଆର୍ଥିକ ବଜେଟ ଉପରେ ଗୃହରେ ସାଧାରଣ ଆଲୋଚନା ଆରମ୍ଭ ହେବ।

ମୋହନ ସରକାର ୨ ଲକ୍ଷ ୬୫ ହଜାର କୋଟିର ବଜେଟ ଆଣିଛନ୍ତି । ଏହା ଉପରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ସେମାନଙ୍କର ମତ ରଖିବେ । ତେବେ ଏହାଉପରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ସେମାନଙ୍କର ମତ ରଖିଛି। ଏହାରି ଭିତରେ ବିରୋଧୀଙ୍କ ହାତରେ ଲାଗିଛି ଏକ ନୂଆ ପ୍ରସଙ୍ଗ।  ମୁଖ୍ୟମନ୍ତ୍ରୀ ଅଧିବେଶନ ଚାଲିଥିବା ସମୟରେ କିପରି ଗୃହ ବାହାରେ ଏକ ସରକାରୀ ଘୋଷଣା କଲେ ତାହାକୁ ନେଇ ସରକାରଙ୍କୁ ଗୃହରେ ଘେରିବେ ବିରୋଧୀ ।

ଅଗ୍ନିବୀରଙ୍କୁ ନିଯୁକ୍ତ କ୍ଷେତ୍ରରେ ୧୦ ପ୍ରତିଶତ ସଂରକ୍ଷଣ ଘୋଷଣାକୁ ନେଇ କଂଗ୍ରେସ ଓ ବିଜେଡି ସ୍ୱାଧିକାର ଭଙ୍ଗ ପ୍ରସ୍ତାବ ଆଣିବା ସହ ନୀତି ଆୟୋଗ ବୈଠକରେ ରାଜ୍ୟ ସ୍ୱାର୍ଥ ପ୍ରସଙ୍ଗ ଉଠାଯାଇନଥିବାରୁ ଏହାକୁ ଗୃହରେ ଉଠାଇପାରନ୍ତି ।  ଅନ୍ୟପଟେ ଆଜି ଗୃହରେ ରହିଛି ଗୁରୁତ୍ୱପୂର୍ଣ୍ଣ ବିଭାଗ ଗୁଡ଼ିକର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ। ସ୍ୱରାଷ୍ଟ୍ର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଇଲୋକ୍ଟ୍ରୋନିକସ୍ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଓ ଅର୍ଥ ଭଳି ବିଭାଗ ରହିଛି।

 

Leave A Reply

Your email address will not be published.