ପୁଣି 5ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ  ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି ।

5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ସୂଚନାଯୋଗ୍ୟ ଯେ, ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩ଟି ଜିଲ୍ଲା ଯୋଡି ହେଇଥିଲା । ସୋମବାର ଆଉ ୫ଟି ଜିଲ୍ଲା ଯଥା ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଲକ୍ଷ୍ମୀ ଯୋଜନାରେ ସାମିଲ ହେଲା । ବର୍ତ୍ତମାନ ସୁଦ୍ଧା ୧୪ଟି ଜିଲ୍ଲା ସାମିଲ।ଏହି ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍‌ ଚାଲିଲା। ଏହା ଦ୍ୱାରା ୮୩ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ ।

ବଲାଙ୍ଗିରର ୩୧୩ଟି ପଞ୍ଚାୟତରେ ୪୪ଟି ବସ୍‌ ଚାଲିଲା ଏବଂ ୧୬.୫୦ ଲକ୍ଷ ଲୋକ ଉପକୃତ ହେଲେ । ବରଗଡର ୨୪୩ଟି ପଞ୍ଚାୟତରେ ୬୦ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୨୨ ହଜାର ଲୋକ ଉପକୃତ ହେଲେ । ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ । ମୟୁରଭଞ୍ଜର ୩୮୬ଟି ପଞ୍ଚାୟତରେ ୧୦୭ଟି ବସ୍‌ ଚାଲିଲା ୨୪ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ। ସୁନ୍ଦରଗଡର ୨୪୦ଟି ପଞ୍ଚାୟତରେ ୬୫ଟି ବସ୍‌ ଚାଲିଲା ୧୭ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ ।

Leave A Reply

Your email address will not be published.