ପୁଣି ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ପବନ ଯୋଗୁଁ ତାପାମାତ୍ରା ହ୍ରାସ ପାଇଥିବା ବେଳେ ପୁଣି ତାପମାତ୍ରା ବଢିବାକୁ ଯାଉଛି । ଆଗାମୀ ୪୮ ଘଣ୍ଟା ପରେ ପୁଣି ବଢିବ ତାତି। ଏନେଇ ପାଣିପାଗ କେନ୍ଦ୍ର ଭୁବନେଶ୍ୱରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୪୮ ଘଣ୍ଟା ପରେ ରାଜ୍ୟରେ ୨ରୁ ୪ ଡିଗ୍ରି ତାପମାତ୍ରା ବଢିବା ନେଇ ଆକଳନ କରାଯାଇଛି।

ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ୬୪ ମିଲିମିଟର ବର୍ଷା ଢେଙ୍କାନାଳରେ ରେକର୍ଡ ହୋଇଛି। ଆଗାମୀ ୩ ଦିନ ବିକ୍ଷିପ୍ତ ବର୍ଷା ରାଜ୍ୟରେ ଦେଖିବାକୁ ମିଳିବ। ୪ ଦିନ ପରେ ବର୍ଷାର ପରିମାଣ କମି ପାଗ ଶୁଖିଲା ରହିବ। ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ରାଜ୍ୟରେ ପାଣିପାଗ ସମ୍ବନ୍ଧରେ ପ୍ରେସମିଟ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି, “ରାଜ୍ୟରେ ୪ ଦିନ ପରେ ବର୍ଷାର ପରିମାଣ କମି ପାଗ ଶୁଖିଲା ରହିବ ଓ ଧୀରେ ଧୀରେ ତାପମାତ୍ରା ବଢିବ । ତେବେ ରାଜ୍ୟରେ ବର୍ତ୍ତମାନ କାଳବୈଶାଖୀ ବର୍ଷା ଜାରି ରହିଥିବା ବେଳେ ଆହୁରି ତିନିଦିନ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।”୨୪ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବିଶେଷ ଭାବେ ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ଝଡ ତୋଫାନ ହେବାର ସମ୍ଭାବନା ଥିବାବେଳେ ପବନର ବେଗ ୪୦ରୁ ୫୦ କିଲୋମିଟର ରହିବାର ସମ୍ଭାବନା ରହିଛି । ତେବେ ବର୍ଷା ପାଇଁ କନ୍ଧମାଳ, ରାୟଗଡା, କୋରାପୁଟ, ଗଜପତି, ଗଂଜାମ ଓ ରାୟଗଡାରେ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୫ ତାରିଖରେ ମଧ୍ୟ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Leave A Reply

Your email address will not be published.