ପୁଣି ମୁହାଁମୁହିଁ ହେଲେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ):  ପୁଣି ଜମ୍ମୁ-କାଶ୍ମୀରରେ ଫୁଟିଲା ଗୁଳି । ମୁହାଁମୁହିଁ ହେଲେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ । ଦକ୍ଷିଣ କାଶ୍ମୀରର ଶୋପିଆନ୍ ଜିଲ୍ଲାର କାଥୋଲାନ୍ ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଆରମ୍ଭ ହୋଇଥିବା ଏକ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଥିବା ଅଧିକାରୀମାନେ ଗୁରୁବାର କହିଛନ୍ତି।

ପୋଲିସ କହିଛି, “ଶୋପିଆନ୍ ର କଥୋହଲାନ୍ ଅଂଚଳରେ ଏନକାଉଣ୍ଟର ଆରମ୍ଭ ହୋଇଛି। କାଶ୍ମୀର ଜୋନ ପୋଲିସ ଏକ୍ସରେ ଟ୍ବିଟ କରି କହିଛି ଯେ, ସୋପିଆନର କଥୋହଲାନରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଭୋର ସମୟରେ ଏନକାଉଣ୍ଟର ଆରମ୍ଭ ହୋଇଛି । ଯବାନଙ୍କ ସହ ପୋଲିସ ମଧ୍ୟ ଏଥିରେ ନିୟୋଜିତ ଅଛନ୍ତି । ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ଆତଙ୍କୀଠାରୁ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି । କଥୋହଲାନ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇଥିଲା ସୁରକ୍ଷାକର୍ମୀ ।

ଏହାପରେ ଭାରତୀୟ ସେନା, ଜମ୍ମୁ-କାଶ୍ମୀର ପୋଲିସ ପୁରା ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ । ସୁରକ୍ଷାକର୍ମୀ ମଧ୍ୟ ଏହାର ପାଲଟା ଜବାବ ଦେଇ ଆତଙ୍କୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ ।

Leave A Reply

Your email address will not be published.