ପୁଣି ଭୂକମ୍ପରେ ଥରିଲା ଆଣ୍ଡାମାନ୍ ଓ ନିକୋବର ଦ୍ୱୀପପୁଞ୍ଜ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ପୁଣି ଭୂକମ୍ପରେ ଥରିଲା ଆଣ୍ଡାମାନ୍ ଓ ନିକୋବର ଦ୍ୱୀପପୁଞ୍ଜ । ଆଜି ଭୋର୍‌ ୫.୪୦ରେ ଆଣ୍ଡାମାନ୍‌ ଓ ନିକୋବର ଦ୍ୱୀପପୁଞ୍ଜର ନିକୋବର୍‌ ଦ୍ବୀପରେ ଭୂମିକମ୍ପ ହୋଇଥିବା କଥା ‘ନ୍ୟାସ୍‌ନାଲ୍‌ ସେଣ୍ଟର୍‌ ଫର୍‌ ସିସ୍‌ମୋଲୋଜି’ ସୂଚନା ଦେଇଛି। ଭୂଗର୍ଭର ୧୦ କି.ମି. ଅଭ୍ୟନ୍ତରେ ସୃଷ୍ଟ ଏହି ଭୂମିକମ୍ପର ତୀବ୍ରତା ରିକ୍ଟର୍‌ ସ୍କେଲ୍‌ରେ ଥିଲା ୫.୦।

ଅଗଷ୍ଟ ୨ ତାରିଖ ଭୋର୍‌ ୫:୪୦:୧୧ରେ ୫.୦ ତୀବ୍ରତାସମ୍ପନ୍ନ ଭୂମିକମ୍ପ ସଂଘଠିତ ହୋଇଛି। ଅକ୍ଷାଂଶ ୯.୩୨ ଓ ଦ୍ରାଘିମା ୯୪.୦୩ ଅନ୍ତର୍ଗତ ନିକୋବର ଦ୍ବୀପ ଥିଲା ଏହି ଭୂମିକମ୍ପର ଉତ୍ପତ୍ତିସ୍ଥଳ। ଭୂଗର୍ଭର ୧୦ କିଲୋମିଟର୍‌ ଅଭ୍ୟନ୍ତରରେ ଏହି ଭୂମିକମ୍ପ ସଂଘଠିତ ହୋଇଛି।

Leave A Reply

Your email address will not be published.