ଓଡ଼ିଆ ନ୍ୟୁଜ୍: ଆନ୍ଧ୍ରପ୍ରଦେଶର ବାପଟାଲା ଜିଲ୍ଲା ବାଲିକୁରୁମା ପଥର କୁଆରୀରେ ବିସ୍ଧୋରଣ ଘଟି ୬ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସିଏମ୍ଓ ପକ୍ଷରୁ କରାଯାଇଥିବା ଟୁଇଟ୍ରୁ ଏହା ଜଣାପଡ଼ିଛି। ସିଏମ୍ଓ ପକ୍ଷରୁ କୁହାଯାଇଛି ଯେ, ଆନ୍ଧ୍ରପ୍ରଦେଶଠାରେ ଏକ ଦୁଃଖଦ ଦୁର୍ଘଟଣାରେ ଗଞ୍ଜାମ ଜିଲ୍ଲାର ଦଣ୍ଡ ବଡ଼ତ୍ୟା, ବନମାଳ ଚେହ୍ରା, ଭାସ୍କର ବିଶୋଇ, ସନ୍ତୋଷ ଗୌଡ଼ ଏବଂ ଗଜପତି ଜିଲ୍ଲାର ଟକୁନ ଦଳାଇ ଓ ମୁସା ଜାନଙ୍କ ପ୍ରାଣହାନୀ ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏହି ଘଟଣାରେ ପ୍ରତି ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି.