ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଅକ୍ଟୋବର ପହିଲାରେ ଆସୁପାରେ ଲଘୁଚାପ। ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ ।ଯାହାର ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ଖବର ଅନୁଯାୟୀ, ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଏବଂ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ୪୮ ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନସାଗରର ପାଶ୍ୱବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଅନୁମାନ କରାଯାଉଛି । ତେବେ କେଉଁ କେଉଁ ଜିଲ୍ଲା ଏବଂ କେଉଁ କେଉଁ ସ୍ଥାନରେ ବର୍ଷା ହେବ । ସେନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।