ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଯଇ ହେବାର ସମ୍ଭାବନର ରହିଥିବା ବେଳେ ଳହାର ପ୍ରଭାବରେ ଆସନ୍ତା ୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ପରବର୍ତ୍ତୀ ସମୟରେ ଲଘୁଚାପ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଯେହେତୁ ଲଘୁଚାପ ସୃଷ୍ଟି ହେବା ପାଇଁ ଅଧିକ ଦିନ ବାକି ଅଛି ତେଣୁ ବାତ୍ୟା ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ସେପଟେ ଆଜି କିଛି କିଛି ସ୍ଥାନରୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଓ୍ବାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏନେଇ ମାଳକାନଗିରି, ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହା ସହିତ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଆଗାମୀ ପାଞ୍ଚ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନାହିଁ। କାଁ ଭାଁ କିଛି ଜାଗାରେ ବିଜୁଳି ସହିତ ଘଡଘଡି ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦେଶକ ମନୋରମା ମହାନ୍ତି ସୂଚନା ପ୍ରଦାନ କରିଛନ୍ତି।
Comments are closed.