ଆସୁଛି ଆଉ ଏକ ଲଘୁଚାପ, ଅଗଷ୍ଟ ୧୩ ତାରିଖ ବେଳକୁ ରାଜ୍ୟରେ ପୁଣି ବର୍ଷା

0

ଓଡିଆ ନ୍ୟୁଜ୍(ବ୍ୟୁରୋ):  ଅଗଷ୍ଟ ୧୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।

ଅଗଷ୍ଟ ୧୧ ଓ ୧୨ ତାରିଖ ବେଳକୁ ରାଜ୍ୟରେ ବର୍ଷାର ପରିମାଣ କମିବ। ୨ଦିନର ବ୍ରେକ୍ ପରେ ଅଗଷ୍ଟ ୧୩ ତାରିଖ ବେଳକୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ। ୧୩ ତାରିଖ ବେଳକୁ ରାଜ୍ୟରେ ମୌସୁମୀ ସକ୍ରିୟ ହେବାର ସମ୍ଭାବନା ଥିବାରୁ ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଶ୍ରୀ ଦାଶ ଆହୁରି କହିଛନ୍ତି, ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି ଗତକାଲି ଅବପାତରେ ପରିଣତ ହେବା ପରେ ଆଜି ସକାଳେ ଏହା ୱେଲମାର୍କଡ୍ ଲୋ ପ୍ରେସରେ ପରିଣତ ହୋଇଛି ଏହା ଛତିଶଗଡ଼ ଏବଂ ପାର୍ଶ୍ଵବର୍ତ୍ତୀ ପୂର୍ବ ମଧ୍ୟପ୍ରଦେଶରେ କ୍ରମଶଃ ଦୁର୍ବଳ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ।

Leave A Reply

Your email address will not be published.