୧୯ରେ ଆଉ ଏକ ଲଘୁଚାପ; ଆଗାମୀ ୭ ଦିନ ଯାଏ ରାଜ୍ୟରେ ବର୍ଷା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଗାମୀ ୫ରୁ ୭ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାରେ ଭିଜିବ ଓଡିଶା। ଆସନ୍ତା ୧୯ ତାରିଖରେ ପୁଣି ଆସୁଛି ଆଉ ଏକ ଲଘୁଚାପ । ଯାହାର ପ୍ରଭାବରେ ଭିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏନେଇ ୬ ଜିଲ୍ଲାକୁ ୟେଲୋ ଓ୍ବର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତାକାଲି ମଧ୍ୟ ଏସବୁ ଜିଲ୍ଲା ସମେତ ନବରଙ୍ଗପୁର, ପୁରୀ ଏବଂ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୯ ତାରିଖରେ କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଗାମୀ ୭ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି ଆଜି ଅନେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୮ ତାରିଖରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ , ଖୋର୍ଦ୍ଧା, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.