ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଦକ୍ଷୀଣ ବଙ୍ଗୋପ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଏହାରି ମଧ୍ୟରେ ରାଜ୍ୟରେ ଧୀରେ ଧୀରେ ଲଘୁଚାପ ଦୁର୍ବଳ ହୋଇଛି । ତେବେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ରାଜଧାନୀ ଭୁବନେଶ୍ୱର ସମେତ ଢେଙ୍କାନାଳ, ବାରିପଦା, କଟକ ଭଳି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇଛି ।
ତେବେ ୧୨ ତାରିଖରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।