ଓଡ଼ିଆ ନ୍ୟୁଜ୍: ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପକୁ ବନ୍ଦ କରିବା ପାଇଁ ରାଜ୍ୟ କ୍ୟାବିନେଟ୍ ନିଷ୍ପତ୍ତି ନେଇଥିଲା। ଏନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଅନୁରୋଧ କରି ସେ ଏକ ଚିଠି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲେଖିଛନ୍ତି। ସାଂସଦଙ୍କ କହିବା ଅନୁଯାୟୀ, ଭୁବନେଶ୍ୱରରେ ବଢୁଥିବା ଜନସଂଖ୍ୟା ଏବଂ ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି ଏହି ପ୍ରକଳ୍ପ ଅତ୍ୟନ୍ତ ଜରୁରୀ।
ଏହି ପ୍ରକଳ୍ପ କେବଳ ଭୁବନେଶ୍ୱର ନୁହେଁ, ବରଂ କଟକ, ଜଟଣୀ ଏବଂ ଖୋର୍ଦ୍ଧା ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିବାର କ୍ଷମତା ରଖୁଥିଲା। ଏହା ହଠାତ୍ ବନ୍ଦ ହୋଇଯିବା ଫଳରେ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବା ସେ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି।ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ ଆହୁରି ମଧ୍ୟ ଦର୍ଶାଇଛନ୍ତି ଯେ, ଏହି ପ୍ରକଳ୍ପ ବାବଦରେ ରାଜ୍ୟ କୋଷାଗାରରୁ ପ୍ରାୟ ୨୭୪ କୋଟି ଟଙ୍କା ଖର୍ଚ୍ଚ ହୋଇସାରିଛି। ଯଦି ଏବେ ଏହାକୁ ବନ୍ଦ କରାଯାଏ ଏବଂ ଭବିଷ୍ୟତରେ ପୁଣି ଆରମ୍ଭ କରାଯାଏ, ତେବେ ଏହାର ନିର୍ମାଣ ଖର୍ଚ୍ଚ ୨ ରୁ ୪ ଗୁଣ ବୃଦ୍ଧି ପାଇବ। ଲିଙ୍ଗରାଜ ମନ୍ଦିର, ଧଉଳି ଏବଂ ନନ୍ଦନକାନନ ଭଳି ପ୍ରମୁଖ ପର୍ଯ୍ୟଟନ ସ୍ଥଳୀକୁ ସହଜ ଯୋଗାଯୋଗ ପାଇଁ ମେଟ୍ରୋ ଏକ ଆଧୁନିକ ମାଧ୍ୟମ ହୋଇଥାନ୍ତା।
ସେପଟେ ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପ୍ରସଙ୍ଗ।ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା। ସବୁ ପ୍ରକଳ୍ପ ଲାଭ ପାଇଁ କରାଯାଏ ନାହିଁ କହିଲେ ଅପରାଜିତା।’କିଛି ପ୍ରକଳ୍ପ ବୃହତ୍ତର ଜନସ୍ୱାର୍ଥକୁ ନଜରରେ ରଖି କରାଯାଏ’।ମୁଖ୍ୟମନ୍ତ୍ରୀଙ୍କ ସହିତ ବିସ୍ତୃତ ଭାବରେ ଆଲୋଚନା ପରେ ଚିଠି ଲେଖିଛି’। କେନ୍ଦ୍ର ସହ ଆଲୋଚନା କରି ପଦକ୍ଷେପ ନେବାକୁ ଆଶ୍ୱସନା ଦେଇଛନ୍ତି।ଦରକାର ପଡ଼ିଲେ ମୁଁ କେନ୍ଦ୍ର ସହିତ ଆଲୋଚନା କରିବି: ଅପରାଜିତା।ମେଟ୍ରୋ ପ୍ରକଳ୍ପ ପାଇଁ କିପରି ଅର୍ଥ ଆସିବ ସେନେଇ ଆଲୋଚନା କରିବି। ୩୪ଟି ସହରରେ ମେଟ୍ରୋ ପ୍ରକଳ୍ପ ଅଛି; ଭୁବନେଶ୍ୱର କାହିଁକି ବାଦ୍ ପଡ଼ିବ।ପ୍ରକଳ୍ପ ହେଲେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାଧାରଣ ଲୋକ ଉପକୃତ ହେବେ।