କ୍ଷମା ପ୍ରାର୍ଥନାକୁ ଗ୍ରହଣ କଲେନି ସୁପ୍ରିମକୋର୍ଟ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କ୍ଷମା ପ୍ରାର୍ଥନାକୁ ଗ୍ରହଣ କଲେନି ସୁପ୍ରିମକୋର୍ଟ । ଏପ୍ରିଲ ୨ରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ତଥା ଯୋଗ ଗୁରୁ ରାମଦେବଙ୍କ ସହଯୋଗୀ ଆଚାର୍ଯ୍ୟ ବାଲକ୍ରିଷ୍ଣା ବିଭ୍ରାନ୍ତକାରୀ ବିଜ୍ଞାପନ ମାମଲାକୁ ନେଇ ସୁପ୍ରିମକୋର୍ଟରେ କ୍ଷମା ପ୍ରାର୍ଥନା କରିଥିଲେ। ଆଜି ଏହି ମାମଲାର ଆଉ ଏକ ଶୁଣାଣି ଥିବା ବେଳେ ସୁପ୍ରିମକୋର୍ଟ ଦୁହିଁଙ୍କ କ୍ଷମାକୁ ଗ୍ରହଣ କରିନଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ ରୋଗର ଚିକିତ୍ସା ଉପରେ ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ ସୁପ୍ରିମକୋର୍ଟ ପତଞ୍ଜଳି ଏବଂ ବାଳକୃଷ୍ଣଙ୍କୁ ଅବମାନନା ନୋଟିସ୍ ପଠାଇ ଜବାବ ମାଗିଥିଲେ, ଯାହାର ଉତ୍ତର କମ୍ପାନି ତରଫରୁ ଦିଆଯାଇନଥିଲା । ଜଷ୍ଟିସ୍ ହିମା କୋହଲି ଓ ଜଷ୍ଟିସ୍ ଅହସାନୁଦ୍ଦିନ ଅମାନୁଲ୍ଲାହଙ୍କ ଖଣ୍ଡପୀଠ କମ୍ପାନୀ ଓ ବାଳକୃଷ୍ଣଙ୍କ ଦ୍ୱାରା ପୂର୍ବରୁ ଜାରି କରାଯାଇଥିବା ନୋଟିସ୍‌ର ଜବାବ ଦାଖଲ ନ କରିବା ନେଇ କଡ଼ା ଆପତ୍ତି ପ୍ରକାଶ କରିଥିଲେ ।

ଏଲୋପାଥି ଚିକିତ୍ସା ପଦ୍ଧତି ବିରୋଧରେ ନକାରାତ୍ମକ ପ୍ରଚାର କରୁଥିବା ଅଭିଯୋଗ କରି ୨୦୨୨ରେ ରାମଦେବଙ୍କ ପତଞ୍ଜଳି ବିରୋଧରେ ଭାରତୀୟ ମେଡିକାଲ ଆସୋସିଏସନ ବା IMA ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲା । ଏହାଛଡ଼ା ନିଜ ଆୟୁର୍ବେଦିକ ଔଷଧ ଦ୍ୱାରା କିଛି ରୋଗ ଭଲ କରିବା ନେଇ ପତଞ୍ଜଳି ମିଛ ଦାବି କରୁଥିବା ଅଭିଯୋଗ କରିଥିଲା IMA । ସେପ୍ଟେମ୍ବର ୨୦୨୩ ଓ ଜାନୁୟାରୀ ୨୦୨୪ରେ ଶୁଣାଣି ବେଳେ ପ୍ରିଣ୍ଟ ମିଡିଆରେ ପ୍ରକାଶିତ ପତଞ୍ଜଳି ବିଜ୍ଞାପନକୁ କୋର୍ଟରେ ଉପସ୍ଥାପନ କରିଥିଲା । ପତଞ୍ଜଳି ଏହି ବିଜ୍ଞାପନ ଗୁଡ଼ିକରେ ମଧୁମେହ ଓ ଆଜମା ଭଳି ରୋଗକୁ ନିଜ ଆୟୁର୍ବେଦିକ ଔଷଧ ଦ୍ୱାରା ସମ୍ପୂର୍ଣ୍ଣ ଭଲ କରିପାରୁଥିବା ଦାବି କରିଥିଲା ।

Leave A Reply

Your email address will not be published.