ନିର୍ବାଚନ କମିଶନରେ ଖାଲି ପଡ଼ିଥିବା ପଦରେ ୨ ଜଣଙ୍କୁ କମିଶନର ଭାବେ ନିଯୁକ୍ତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ନର୍ବାଚନ କମିଶନର ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଜ୍ଞାନେଶ କୁମାର ଏବଂ ସୁଖବୀର ସାନ୍ଧୁ । ମୁଖ୍ୟ ନିର୍ବାଚନ କମିଶନର (CEC) ରାଜୀବ କୁମାର, ଉଭୟଙ୍କୁ ସ୍ବାଗତ କରିଛନ୍ତି । ଦୁଇ ପୂର୍ବତନ ପ୍ରଶାସନିକ ଅଧିକାରୀ ସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାର ନିର୍ବାଚନ କମିଶନର ଭାବେ ନିଯୁକ୍ତି ପାଇଛନ୍ତି।

ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଖାଲି ପଡ଼ିଥିବା ୨ ନିର୍ବାଚନ କମିଶନରଙ୍କୁ ଚୟନ ପାଇଁ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ ଓ ବିରୋଧୀ ଦଳର ନେତା ଅଧୀର ରଞ୍ଜନ ଚୌଧୁରୀ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ପ୍ୟାନେଲ ବୈଠକରେ ଉଭୟଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରାଯାଇଥିଲା । ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରି ନାମ ଘୋଷଣା କରାଯାଇଥିଲା ।

ଫେବୃଆରୀ 14 ତାରିଖରେ ଅନୁପ ଚନ୍ଦ୍ର ପାଣ୍ଡେଙ୍କ ଅବସର ଏବଂ ମାର୍ଚ୍ଚ 8 ତାରିଖରେ ଅରୁଣ ଗୋୟଲଙ୍କ ଇସ୍ତଫା ପରେ ନିର୍ବାଚନ ଆୟୋଗରେ ଦୁଇଟି ପଦବୀ ଖାଲି ପଡିଥିଲା । ସୂଚନାଯୋଗ୍ୟ, ନିର୍ବାଚନ କମିଶନର ଅନୁପ ଚନ୍ଦ୍ର ପାଣ୍ଡେଙ୍କ କାର୍ଯ୍ୟକାଳ ଗତ ମାସ ସରିଥିଲା। ସେ ଅବସର ନେବା ପରେ ଗୋଟିଏ ପଦବୀ ଖାଲି ପଡିଥିଲା। ଏହାର କିଛି ଦିନ ପରେ ହଠାତ୍ ଇସ୍ତଫା ଦେଇଥିଲେ ଅରୁଣ ଗୋଏଲ।

Leave A Reply

Your email address will not be published.