ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ଅରିନ୍ଦମ ଡାକୁଆ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଅରିନ୍ଦମ ଡାକୁଆ ଓଡ଼ିଶା କ୍ୟାଡରର ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

ସୂଚନା ଅନୁସାରେ,   ୨୦୧୧ ବ୍ୟାଚ୍ ଆଇଏଏସ ତଥା କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ୨୦୧୨ ବ୍ୟାଚ୍ ଆଇଏଏସ୍ ଅନୁପମ ଶାହଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଅରିନ୍ଦମଙ୍କ ଘର ଭଞ୍ଜନଗର ଅଂଚଳରେ ହୋଇଥିବାବେଳେ ଅନୁପମଙ୍କ ଘର କଳାହାଣ୍ଡି ଜିଲ୍ଲାରେ।  ସାଧାରଣ ନିର୍ବାଚନ ପୂର୍ବରୁ ନିର୍ଦ୍ଦେଶକ ପାହ୍ୟାର ଏହି ଦୁଇ ଅଫିସରଙ୍କୁ ଜିଲ୍ଲାପାଳ ଭାବେ ନିର୍ବାଚନ କମିଶନ ନିଯୁକ୍ତି ଦେଇଥିଲେ। ଶ୍ରୀ ଡାକୁଆ ୨୦୧୩ ଜୁଲାଇରୁ ୨୦୧୪ ଅଗଷ୍ଟ ମାସ ପର୍ଯ୍ୟନ୍ତ କେନ୍ଦୁଝର ଜିଲ୍ଲାର ଚମ୍ପୁଆ ଉପଜିଳ୍ଲାପାଳ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ।

ଶ୍ରୀ ଡାକୁଆ ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିସାରିଛନ୍ତି । ସେହିପରି  ଶ୍ରୀ ଶାହ ୨୦୧୪ ସେପ୍ଟେମ୍ବରରୁ ୨୦୧୫ ଡିସେମ୍ବର ପର୍ଯ୍ୟନ୍ତ ବାଲିଗୁଡ଼ା ଉପଜିଲ୍ଲାପାଳ ଭାବେ ଓଡ଼ିଶାରେ କ୍ୟାରିୟର ଆରମ୍ଭ କରିଥିଲେ। ଶ୍ରୀ ଶାହା କୋରାପୁଟ ଓ ଗଜପତି ଜିଲ୍ଲାପାଳ ଭାବେ ମଧ୍ୟ କାର୍ଯ୍ୟ କରିସାରିଛନ୍ତି। ସୂଚନାଯୋଗ୍ୟ, ଗତ ଦୁଇ ସପ୍ତାହ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ ବରିଷ୍ଠ ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ ନିଯୁକ୍ତି ମିଳିଥିଲା।

Leave A Reply

Your email address will not be published.