ଓଡ଼ିଆ ନ୍ୟୁଜ୍: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ। ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀଙ୍କ ଜଗା ଦର୍ଶନ।ପରିବାର ସହ ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ।ତିନିଦିନିଆ ଓଡିଶା ଗସ୍ତରେ ଆସିଥିବା ଭାରତୀୟ ସ୍ଥଳ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ଆଜି ସକାଳୁ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ଲାଭ କରିଛନ୍ତି। ସପରିବାର ସହ ସେନା ମୁଖ୍ୟ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।
ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଏବଂ ଏସପି ପ୍ରତୀକ ସିଂ ତାଙ୍କୁ ସ୍ବାଗତ କରିବା ସହ ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରତ୍ନ ସିଂହାସନରେ ଦର୍ଶନ କରିବା ପରେ ମା ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିଥିଲେ। ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ସ୍ଥଳ ସେନା ମୁଖ୍ୟ।