ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସୁପ୍ରିମକୋର୍ଟ ଶୁକ୍ରବାର ଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମଦ ନୀତି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରି କହିଛନ୍ତି। ଦୀର୍ଘ ୯୦ ଦିନ ହେବ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ସୁପ୍ରିମୋ କାରାଗାରରେ ରହିଥିଲେ। ଇଡି ଗିରଫଦାରୀ ବିରୁଦ୍ଧରେ ସର୍ବୋଚ୍ଚ ଅଦାଲତରେ ଦ୍ୱାରସ୍ଥ ହୋଇଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ। ଏହି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ।

ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଦୀପଙ୍କର ଦତ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଜି ରାୟ ପ୍ରକାଶ କରି କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି। ଏଥିସହ ଇଡି ଗିରଫଦାରୀକୁ ବିରୋଧ କରି କେଜ୍ରିୱାଲ କରିଥିବା ଆବେଦନକୁ ବୃହତ୍ତ ଖଣ୍ଡପୀଠକୁ ପଠାଇଛନ୍ତି। ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଦୀପଙ୍କର ଦତ୍ତଙ୍କ ଦ୍ବାରା ଗଠିତ ଖଣ୍ଡପୀଠରେ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନର ଶୁଣାଣି ହୋଇ ତାଙ୍କୁ ଜାମିନ୍‌ ପ୍ରଦାନ କରାଯାଇଛି। ଏହି ରାୟ ପ୍ରକାଶ କରି ସୁପ୍ରିମକୋର୍ଟ କହିଛନ୍ତି ଯେ କେବଳ ଜେରା ଗିରଫଦାରୀକୁ ଅନୁମତି ଦିଏ ନାହିଁ।

ଜଷ୍ଟିସ ଖାନ୍ନା କହିଛନ୍ତି ଯେ, ଏହି ମାମଲା ଏକ ବୃହତ ବେଞ୍ଚକୁ ପଠାଯାଉଥିବାରୁ ଆମେ ଅରବିନ୍ଦ କେଜ୍ରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନରେ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଉଛୁ। ଏହାପରେ ସେ ସୁପ୍ରିମକୋର୍ଟରେ ପହଞ୍ଚିଥିଲେ। ଆଜି ସୁପ୍ରିମକୋର୍ଟ ମାମଲାର ଶୁଣାଣି କରି କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି। ସେପଟେ ଏହି ମାମଲାରେ ସିବିଆଇ ମଧ୍ୟ କେଜ୍ରିୱାଲଙ୍କୁ ଗିରଫ କରିଛି। ତିହାର ଜେଲରୁ କେଜ୍ରିୱାଲଙ୍କୁ ଗିରଫ କରିବା ପରେ ଜୁଲାଇ ୧୨ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ନେଇଥିଲା ସିବିଆଇ। ତେଣୁ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିଥିଲେ ମଧ୍ୟ ସେ ଜେଲରେ ରହିବେ।

Leave A Reply

Your email address will not be published.