କାଲିଠୁ ପୁଣି ରତ୍ନଭଣ୍ଡାର ନିରୀକ୍ଷଣ କରିବ ASI

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତାକାଲିଠୁ ପୁଣି ଥରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର କରାଯିବ ବୈଷୟିକ ସର୍ଭେ। ବୈଷୟିକ ସର୍ଭେ କରାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ସେପ୍ଟେମ୍ବର ୨୧,୨୨ ଏବଂ ୨୩ ତାରିଖ ତିନି ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ।

ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ଶ୍ରୀମନ୍ଦିର ରତ୍ନଭଣ୍ଡାରର ବାକି ଥିବା ବୈଷୟିକ ସର୍ଭେ ଶେଷ କରିବାକୁ ଏ.ଏସ୍.ଆଇ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଅନୁରୋଧ କରିବା ପରେ ଏ.ଏସ୍ ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଦୁଇ ଦିନ ତଳେ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସରିଛି ଲେଜର ସ୍କାନିଂ।

ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ୱରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଛନ୍ତି। ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନ ଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ସାରିବାକୁ ASI ମହା ନିର୍ଦ୍ଦେଶକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଚିଠି ଲେଖିଥିଲେ। ଆସନ୍ତା ୨୪ ତାରିଖ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବ। ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଚାଲିବ। ତେଣୁ ତା’ପୂର୍ବରୁ ବାକି ଥିବା ବୈଷୟିକ ସର୍ଭେ ସାରିବାକୁ ଚିଠି ଲେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Leave A Reply

Your email address will not be published.