ବଢ଼ିଲା ରାଜ୍ୟପାଳଙ୍କ ପୁଅର ଅଡ଼ୁଆ, ଥାନାରେ ଅଭିଯୋଗ କଲେ ଏଏସଓ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାର ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ଏଏସ୍ଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୁରୀ ରାଜଭବନରେ ଲଳିତ ମାଡ଼ ମାରିଥିବା ନେଇ ଥାନାରେ ପୁରୀ ସମୂଦ୍ରକୂଳ ଥାନାରେ ଏତଲା ଦେଇଛନ୍ତି ବୈକୁଣ୍ଠ। ଘଟଣା ବିଷୟରେ ବୈକୁଣ୍ଠ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଜଣା ଇଥିଲେ ମଧ୍ୟ ସେ ଚୁପ ରହିଥିଲେ। ତେବେ ଏନେଇ ରାଜ୍ୟପାଳଙ୍କ ଅଫିସରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

ତେବେ ଶନିବାର ମାଡ଼ ମାରିଥିବା ନେଇ ପୁରୀ ସମୂଦ୍ରକୂଳ ଥାନାରେ ଏତଲା ଦେଇଛନ୍ତି ବୈକୁଣ୍ଠ। ତେବେ ସୂଚନା ମୁତାବକ,  ସଂସଦୀୟ ବ୍ୟାପାର ବିଭାଗର ଏଏସଓ ବୈକୁଣ୍ଠ ପ୍ରଧାନ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ପୁରୀରେ ରଥଯାତ୍ରା ରାତିରେ ରାଜଭବନରେ ଲଳିତ ଓ ଅନ୍ୟ ୫ ଜଣ ତାଙ୍କୁ ମାଡ଼ ମାରିଥିଲେ। ବୈକୁଣ୍ଠ ପ୍ରଧାନ ଦାୟର କରିଥିବା ଏତଲାରେ ଉଲ୍ଲେଖ କରିଛନ୍ତି ଯେ ଜୁଲାଇ ୭ ଓ ୮ ତାରିଖ ଦୁଇ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରହଣି ବ୍ୟବସ୍ଥା ତଦାରଖ ପାଇଁ ତାଙ୍କୁ ରାଜଭବନରେ ନିୟୋଜିତ କରାଯାଇଥିଲା। ଜୁଲାଇ ୭ ତାରିଖ ରାତିରେ ସେ ରାଜଭବନରେ ଥିବା ତାଙ୍କ କାର୍ଯ୍ୟାଳୟରେ ଥିଲେ। ଲଳିତ ତାଙ୍କୁ ରାଜ୍ୟପାଳଙ୍କ ବ୍ୟକ୍ତିଗତ ରୋଷେୟା ଆକାଶ ସିଂହଙ୍କ ଜରିଆରେ ରାତି ପ୍ରାୟ ୧୧ଟା ୪୫ରେ ୪ ନମ୍ବର ସୁଟକୁ ଡାକିଥିଲେ। ବୈକୁଣ୍ଠ ପ୍ରଧାନ ତାଙ୍କ ପାଖକୁ ଯିବା ମାତ୍ରେ ଲଳିତ ଓ ସେଠାରେ ଉପସ୍ଥିତ ଅନ୍ୟ ୫ ଜଣ ତାଙ୍କୁ ମାଡ଼ ମାରିବା ଆରମ୍ଭ କରିଥିଲେ।

ବୈକୁଣ୍ଠନାଥ ଏନେଇ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଅବଗତ କରିଥିଲେ ଏବଂ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଗୁହାରି କରିଥିଲେ। କିନ୍ତୁ କିଛି ସୁଫଳ ନ ମିଳିବାରୁ ବୁଧବାର ପୁଣିଥରେ ବୈକୁଣ୍ଠନାଥ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି। ଅଭିଯୋଗ ଅନୁସାରେ, ଏବେ ସଂସଦୀୟ ବ୍ୟାପାର ବିଭାଗରେ ନିଯୁକ୍ତ ପାଇଛନ୍ତି ଓ ଡେପୁଟେସନରେ ରାଜଭବନର ହାଉସହୋଲ୍ଡ ସେକ୍ସନରେ ଏଏସଓ(ଆସିଷ୍ଟାଣ୍ଟ ସେକ୍ସନ ଅଫିସର) ଭାବେ କାର୍ଯ୍ୟରତ ଅଛନ୍ତି। ପୁରୀ ରାଜଭବନରେ ଗତ ୭ତାରିଖ ରାତିରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ତାଙ୍କର ଅନ୍ୟ ୫ଜଣ ସହଯୋଗୀ ମିଳିତ ଭାବେ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି।

Leave A Reply

Your email address will not be published.