ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ମଙ୍ଗଳବାରଠୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ଏହାପୂର୍ବରୁ ଓଡିଶା ବିଧାନସଭାରେ ହେବ ଉପବାଚସ୍ପତି ନିର୍ବାଚନ । ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ଇସ୍ତଫା ପରେ ଏହି ପଦ ଖାଲିପଡ଼ିଛିଖବର ଅନୁଯାୟୀ, ୨୧ ତାରିଖ ସକାଳ ୯ଟା ୩୦ରେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ ହେବ । ତା’ ପୂର୍ବରୁ ୨୦ ତାରିଖ ମଧ୍ୟାହ୍ନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ ହେବ ।

ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ଇସ୍ତଫା ପରେ ଏହି ପଦ ଖାଲିପଡ଼ିଛି ।ଡିସେମ୍ବର ୩୦ ତାରିଖ ଯାଏ ଏହି ଅଧିବେଶନ ଚାଲିବାକୁ ଥିବାବେଳେ ମୋଟ୍‌ ୩୦ଟି କାର୍ଯ୍ୟ ଦିବସ ରହିଛି। ଆସନ୍ତା ଅଧିବେଶନ ଯେପରି ସୁରଖୁରରେ ଚାଲିବ ସେନେଇ ବାଚସ୍ପତି ପ୍ରମିଳା ମଲ୍ଲିକ ସୋମବାର ସର୍ବଦଳୀୟ ବୈଠକ ଡାକିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ଉପବାଚସ୍ପତି ନିର୍ବାଚନ ହେବ ବୋଲି ସ୍ଥିର ହୋଇଛି। ବିଧାନସଭାରେ ଶାସକ ଦଳକୁ ବିଭିନ୍ନ ପ୍ରସଙ୍ଗରେ ଘେରିବା ପାଇଁ ବିରୋଧୀ ବିଜେପି ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ହେଉଛି। ସୋମବାର ଅପରାହ୍ନରେ ବିଜେପି ବିଧାୟକ ଦଳ ବୈଠକ ବସିବ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି।

ରାଜ୍ୟ କାର୍ଯ୍ୟାଳୟରେ ବସିବାକୁ ଥିବା ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବିଜେପି ବିଧାୟକମାନେ ଉପସ୍ଥିତ ରହିବେ। ସେହିପରି କଂଗ୍ରେସ ବିଧାୟକ ଦଳ ବୈଠକ ମଙ୍ଗଳବାର ମଧ୍ୟାହ୍ନରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ବିଧାନସଭା ପରିସରସ୍ଥିତ ପ୍ରକୋଷ୍ଠରେ ବସିବ ବୋଲି ଜଣାପଡ଼ିଛି। ଅପରପକ୍ଷେ ବିଧାନସଭାରେ ବିରୋଧୀଙ୍କୁ ବିରୋଧକୁ କଡ଼ା ଜବାବ ଦେବା ପାଇଁ ଶାସକ ଦଳ କି ରଣନୀତି ପ୍ରସ୍ତୁତ କରିବ ସେନେଇ ମଙ୍ଗଳବାର ନିଷ୍ପତ୍ତି ହେବ। ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ରେ ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ବସିବ ବୋଲି ଜଣାପଡ଼ିଛି।

Leave A Reply

Your email address will not be published.