ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଟ୍ୟାକ୍ସ କମିଶନର

0

ଓଡ଼ିଆ ନ୍ୟୁଜ୍: ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଟ୍ୟାକ୍ସ କମିଶନର ସରିତା ବାରିକ।ବେକରୀ ସପ୍ ମାଲିକଙ୍କଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ।ମଧୁସୂଦନ ନଗର ନିକଟରେ ନିଜ କାର ଭିତରେ ନେଉଥିଲେ ଲାଞ୍ଚ।ଟିକସ ଛାଡ ପାଇଁ ବେକରୀ ସପ୍ ମାଲିକଙ୍କଠାରୁ ଲାଞ୍ଚ ନେଉଥିଲେ।

ଶ୍ରୀମତୀ ବାରିକଙ୍କୁ ପାନେ ଦେବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା। ଟଙ୍କା ଲାଞ୍ଚ ନେବା ବେଳେ ପୂର୍ବରୁ ଯୋଜନା କରିଥିବା ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଅତର୍କିତ ଚଢ଼ଉ କରିଥିଲେ। ଘଟଣାସ୍ଥଳରୁ ରଂଗବୋଳା ଟଙ୍କା ଜବତ ହୋଇଥିଲା। ରିପ‌ୋର୍ଟ ଲେଖାଯିବା ବେଳକୁ ଭିଜିଲାନ୍ସ ବିଭାଗ ଶ୍ରୀମତୀ ବାରିକଙ୍କ ବିଭିନ୍ନ ଠିକଣାରେ ଚଢ଼ଉ ଜାରି ରଖିଛି।

Leave A Reply

Your email address will not be published.