ଓଡିଆ ନ୍ୟୁଜ୍ (ବ୍ୟୁରୋ) : ଆଥଲେଟ୍ ଦୁତି ଚାନ୍ଦଙ୍କୁ ଶକ୍ତ ଝଟକା ଲାଗିଛି । ଡୋପ୍ ଟେଷ୍ଟରେ ଫେଲ ମାରିବା ପରେ ଦୂତୀଙ୍କ ଉପରେ ଲାଗିଛି ୪ ବର୍ଷର ବ୍ୟାନ୍ । କୌଣସି ଜାତୀୟ, ଅନ୍ତର୍ଜାତୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିପାରିବେନି ଦୂତି। ସିଲେକଟିଭ୍ ଆଣ୍ଡ୍ରୋଜେନ୍ ରିସେପଟିଭ୍ ମୋଡ୍ୟୁଲେଟର୍ସ ଏସଆରଏମଏସ୍ ଟେଷ୍ଟରେ ଫେଲ୍ ମାରିଛନ୍ତି ଦୂତି ଚାନ୍ଦ। ନାସନାଲ ଆଣ୍ଟି ଡୋପିଂ ଏଜେନ୍ସି ନାଡା ଦ୍ୱାରା ନିଷିଦ୍ଧ ଘୋଷିତ ଏସଆରଏମଏସ୍ ତାଙ୍କ ନମୁନାରେ ମିଳିଛି । ଡିସେମ୍ବର ୫ ୨୦୨୨ରେ ଦୂତୀଙ୍କ ନମୂନା ସଂଗ୍ରହ କରାଯାଇଥିବାରୁ ଏହା ପରେ ଦୂତି କ୍ରୀଡ଼ାରେ ହାସଲ କରିଥିବା ସମସ୍ତ ରେକର୍ଡ, ମେଡାଲ, ପୁରସ୍କାର ଏବଂ ପଏଣ୍ଟସକୁ ଖାରଜ କରିଛି ନାଡା। ୩ ଜାନୁଆରୀ ୨୦୨୩ଠାରୁ ଦୂତିଙ୍କ ଉପରେ ଏହି କଟକଣା ଲାଗୁ କରାଯାଇଛି।
ଆସନ୍ତା ଜାନୁଆରୀ ୨୦୨୭ ପର୍ୟ୍ୟନ୍ତ ଏହି ବ୍ୟାନ ବଳବତ୍ତର ରହିବ। ଡୋପିଂ ନିରୋଧ ଆଇନକୁ ନେଇ ଶୃଙ୍ଖଳାଗତ କମିଟି ଏହି ନିଷ୍ପତ୍ତି ନେଇଛି । ନାଡାର ଦଣ୍ଡବିଧାନ ଧାରା ୨.୧ ଓ ୨.୨ ଅନୁସାରେ ଦୂତିଙ୍କ ବିରୋଧରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଦଣ୍ଡାଦେଶ ହେବାର ୨୧ ଦିନ ମଧ୍ୟରେ ଦୂତି ଆଣ୍ଟି ଡୋପିଂ ଅପିଲ୍ ପ୍ୟାନେଲ ଅଉଅଚ ନିକଟରେ ପୁନଃ ବିଚାର ପାଇଁ ଆବେଦନ କରିପାରିବେ । ଏଡିଡିପି ଆଗରେ ଶୁଣାଣି ସମୟରେ ଯଦିଓ ଦୂତି ନିଷିଦ୍ଧ ଔଷଧ ସେବନକୁ ସ୍ୱୀକାର କରିଥିଲେ କିନ୍ତୁ ନିଜକୁ ନିର୍ଦ୍ଦୋଷ ପ୍ରମାଣିତ କରିପାରିନଥିଲେ। ତାଙ୍କ ଫିଜିଓଥେରାପିଷ୍ଟଙ୍କ ପରାମର୍ଶକ୍ରମେ ଔଷଧ ସେବନ କରିଥିବା ବେଳେ ତାହାର ଲେଭଲ୍କୁ ଯାଞ୍ଚ କରିନ ନ ଥିବା କହିଥିଲେ। ଏହାଫଳରେ ଦୂତି ଜାତୀୟ ଆଣ୍ଟି ଡୋପିଂ ଏଜେନ୍ସି (ନାଡା)ର ଧାରା ୨.୧ ଓ ୨.୨ କୁ ଉଲଂଘନ କରିଥିବା ସ୍ପଷ୍ଟ ହୋଇଥିଲା। ଏଥିପାଇଁ ତାଙ୍କୁ ୪ ବର୍ଷ ପାଇଁ ବାସନ୍ଦ କରାଯାଇଥିବା ସୂଚନା ଦିଆଯାଇଛି।