ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ‘ଚଳିତ ଆର୍ଥିକ ବର୍ଷ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ରାଜ୍ୟର ନିଜସ୍ଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ପାଇଁ ମିଳିତ ଭାବେ ଗୋଟିଏ କାର୍ଡ ଜାରି ହେବ ।   ଯେଉଁଥିରେ ୩କୋଟିରୁ ଅଧିକ ହିତାଧିକାରୀ ସାମିଲ ହେବା ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଉଭୟ ଯୋଜନା ଅଧୀନରେ ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ ।’

ରାଜ୍ୟବାସୀଙ୍କୁ ସାମାଜିକ ନିରାପତ୍ତା ମିଳି ପାରିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ମୋହନ ମାଝୀଙ୍କ ନେତୃତ୍ୱାଧୀନ ନୂଆ ସରକାର ମଧ୍ୟ ଆମ ରାଜ୍ୟରେ ଏହି ଆୟୁଷ୍ମାନ ଭାରତ ଯୋଜନା ଲାଗୁ ପାଇଁ ଘୋଷଣା କରିସାରିଛନ୍ତି । ଆମ ରାଜ୍ୟରେ କେନ୍ଦ୍ରର ଆୟୁଷ୍ମାନ ଭାରତ ଯୋଜନା ଓ ରାଜ୍ୟର ନିଜସ୍ଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ମିଳିତ ଭାବେ ଗୋଟିଏ କାର୍ଡ ଜାରି ହେବ ।

ଆକଳନ ଅନୁସାରେ ଉଭୟ ଯୋଜନା ଅଧୀନରେ ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ ।  ଆୟୁଷ୍ମାନ ଭାରତ ଭଳି ଆମ ରାଜ୍ୟରେ ୭୦ ବର୍ଷରୁ ଊର୍ଦ୍ଧ୍ବ ଏହି ସୁବିଧା ପାଇବେ । ତେବେ ବର୍ତ୍ତମାନ ରାସନ କାର୍ଡ ପାଇଁ ଇ-କେୱାଇସି ଚାଲିଛି, ଏହା ସଂପୂର୍ଣ୍ଣ ହେବା ପରେ  ହିତାଧିକାରିଙ୍କ ସଂଖ୍ୟା ଜଣାପଡ଼ିବ । ତେବେ ବିଏସକେଓ୍ବାଇ ଯୋଜନାରେ ୯୫୭ ହସ୍ପିଟାଲ୍‌ରେ ସୁବିଧା ମିଳୁଥିଲା ବେଳେ ଏଣିକି ୨୭ ହଜାରରୁ ଊର୍ଦ୍ଧ୍ବ ଅନୁବନ୍ଧିତ ହସ୍ପିଟାଲ୍‌ରେ ଆୟୁଷ୍ମାନ ଭାରତ ସୁବିଧା ମିଳିବ ବୋଲି ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.