ପୁନଃନିର୍ମାଣ ହେବ ବାହନାଗା ହାଇସ୍କୁଲ, ମଡେଲ ସ୍କୁଲ ଭାବରେ ଗଢାହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ‍  ବାଲେଶ୍ୱର ଜିଲ୍ଲାର ବାହନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ elementary ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗା ଯିବ. 5T ଉପକ୍ରମ ରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହନଗା ରେଳ ଷ୍ଟେସନ ଠାରେ ସଂଗଠିତ ଭୟାବହ ରେଳ ଦୂର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ମରଶରୀରକୁ ସମୟିକ ଭାବରେ ବାହନଗା ହାଇସ୍କୁଲରେ ରଖାଯାଇଥିଲା । ପରବର୍ତ୍ତୀ ସମୟରେ ଶବ ଗୁଡିକୁ ଅନ୍ୟତ୍ର ନିଆଯାଇ ସ୍କୁଲ ବିଶୋଧନ କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ରହିଛି । ତେଣୁ ସ୍କୁଲ ଭାଙ୍ଗି ଏହାର ପୁନଃନିର୍ମାଣ ସମ୍ପର୍କରେ ବିଭିନ୍ନ ମହଲରେ ଦାବି ହୋଇଥିଲା ।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶକ୍ରମେ ମୁଖ୍ୟ ସାଚନ ସଚିବ ଶ୍ରୀ ପ୍ରଦୀପ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ, ସ୍କୁଲ ଗଣଶିକ୍ଷା ସଚିବ ଏସ୍. ଅଶ୍ୱସ୍ତି ଭିଡିଓ କନ୍‌ ଫରେନ୍ସିଂ ଯୋଗେ ବାଲେଶ୍ୱର ଜିଲ୍ଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧୀ, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ.

। ସମସ୍ତଙ୍କର ମତାମତ ନେଇଥିଲେ । ଯେହେତୁ ଛାତ୍ରଛାତ୍ରୀ ଅଭିବାବକ ଓ ଶକ୍ଷକ ଶିକ୍ଷୟତ୍ରୀ ମଧ୍ୟରେ ସେ ଦିନର ଭୟଙ୍କର ଦୃଶ୍ୟ ଏବେବି ସେମାନଙ୍କ ମନରେ ଭୟ ସୃଷ୍ଟି କରିଛି ଏବଂ ସେମାନେ ସମସ୍ତେ ଆତଙ୍କିତ ଅବସ୍ଥାରେ ଅଛନ୍ତି .
ତେଣୁ ପିଲାମାନଙ୍କର ମାନସିକ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ବାହନଗା ହାଇସ୍କୁଲ ଓ ଏହାର ପରିସରରେ ଥିବା ପ୍ରାଥମିକ ଓ elementary ସ୍କୁଲ କୁ ଭାଙ୍ଗି ତା’ର ପୁନଃନିର୍ମାଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

Leave A Reply

Your email address will not be published.