‍ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ, 5T ଉପକ୍ରମରେ ଗଢାହେବ ଆଦର୍ଶ ସ୍କୁଲ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ବାଲେଶ୍ୱର ଜିଲ୍ଲାର ବାହନଗା ‍ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ, 5T ଉପକ୍ରମରେ ଗଢାହେବ ଆଦର୍ଶ ସ୍କୁଲ । ଏନେଇ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ୧୫ ଦିନ ମଧ୍ୟରେ ଯୋଜନା ପ୍ରସ୍ତୁତ କରି ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଜୁନ୍ ୨ ତାରିଖରେ କରମଣ୍ଡଳ ଏକ୍ସପ୍ରେସ୍, ଯଶୱନ୍ତପୁର-ହାୱଡ଼ା ସୁପରଫାଷ୍ଟ ଓ ମାଲବାହୀ ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିଲା । ଶତାଧିକ ଖଣ୍ଡ ବିଖଣ୍ଡିତ ମୃତଦେହକୁ ବାହାନଗା ସ୍କୁଲ୍ ପରିସରରେ ରଖା ଯାଇଥିଲା । ଦୁଇ ଦିନ ପରେ ପ୍ରଶାସନ ମୃତଦେହକୁ ସ୍କୁଲରୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା । ତେବେ ମୃତଦେହ ରଖାଯାଇଥିବା କୋଠରୀରେ କିଛି ସ୍ଥାନରେ ରକ୍ତଛିଟା ପଡ଼ିଥିବା ଗ୍ରାମବାସୀ କହିଥିଲେ । ତେଣୁ  ଛାତ୍ରଛାତ୍ରୀଙ୍କ ସହ ଅଭିଭାବକ ମଧ୍ୟ ଡରି ଯାଇଥିଲେ । ଏପରିକି କିଛି ଅଭିଭାବକ ଛୁଆଙ୍କୁ ସ୍କୁଲକୁ ପଠାଇବେ ନାହିଁ ବୋଲି କହିଥିଲେ ।  ଖରା ଛୁଟି ପରେ ବିଦ୍ୟାଳୟ ଖୋଲିବାକୁ ଥିବାରୁ ପ୍ରଶାସନ ପକ୍ଷରୁ ସ୍କୁଲକୁ ସମ୍ପୂର୍ଣ୍ଣ ଭାବେ ବିଶୋଧନ କରାଯାଇଛି । ତଥାପି ଗ୍ରାମବାସୀ ଓ ଅଭିଭାବକ ସ୍କୁଲ ଭାଙ୍ଗିବାକୁ ଅଡି ବସିଥିଲେ ।

ଜିଲ୍ଲାପାଳ ସ୍କୁଲ୍ ପରିଦର୍ଶନ କରି ଆଲୋଚନା କରିଥିଲେ । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ  ଭି.କେ. ପାଣ୍ଡିଆନ, ସ୍କୁଲ ଗଣଶିକ୍ଷା ସଚିବ ଏସ୍. ଅଶ୍ୱସ୍ତି ଭିଡିଓ କନ୍‌ ଫରେନ୍ସିଂ ଯୋଗେ ବାଲେଶ୍ୱର ଜିଲ୍ଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧୀ, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଥିଲେ । ସମସ୍ତଙ୍କର ମତାମତ ନେଇଥିଲେ । ଯେହେତୁ ଛାତ୍ରଛାତ୍ରୀ ଅଭିବାବକ ଓ ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟରେ ସେ ଦିନର  ଦୃଶ୍ୟ ଏବେ ବି  ଭୟ ସୃଷ୍ଟି କରିଛି ଏବଂ ସେମାନେ ସମସ୍ତେ ଆତଙ୍କିତ ଅବସ୍ଥାରେ ଅଛନ୍ତି ,  ତେଣୁ ପିଲାମାନଙ୍କର ମାନସିକ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ବାହନଗା ହାଇସ୍କୁଲ ଓ ଏହାର ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରି ସ୍କୁଲକୁ ଭାଙ୍ଗି ତା’ର ପୁନଃନିର୍ମାଣ କରିବା ପାଇଁ ବୈଠକରେ କରାଯାଇଥିଲା ନିଷ୍ପତ୍ତି ଗ୍ରହଣ ।

Leave A Reply

Your email address will not be published.