ଆଖି ବୁଜିଲେ ବଳଙ୍ଗା ପୀଡ଼ିତା

0

ଓଡ଼ିଆ ନ୍ୟୁଜ୍: ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ।ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ନେଇ ସୂଚନା।ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇ ଦେବା ଯୋଗୁ ସେ ଗୁରୁତର ଥିଲେ। ଏଣୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଦିଲ୍ଲୀ ଏୟାରଲିଫ୍ଟ କରାଯାଇଥିଲା। ହେଲେ ସେଠାରେ ସେ ଆଖି ବୁଜିଛନ୍ତି।ସୂଚନା ଥାଉକି, ପୁରୀ ଜିଲାର ବଳଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଉକ୍ତ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଏ ଘଟଣାରେ ପୋଲିସ ଆମୂଳଚୂଳ ତଦନ୍ତ ଜାରି ରଖିଥିଲା। ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ବୟାନରେ ପୀଡିତା ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଥିବା ସୂଚନା ମିଳିଥିଲା।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ପୀଡ଼ିତାଙ୍କ ସ୍ବାସ୍ଥ୍ୟ ସ୍ଥିତି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ, ସ୍ବାସ୍ଥ୍ୟ ବିଭାଗ ଏବଂ ସିଏମଓ ଏମ୍ସ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ଅଛନ୍ତି।

Leave A Reply

Your email address will not be published.