ଅବସ୍ଥା ଗୁରୁତର ରହିଛି, ଅକ୍ସିଜେନ୍‌ ସପୋର୍ଟରେ ରହିଛନ୍ତି ପୀଡିତ

0

ଓଡ଼ିଆ ନ୍ୟୁଜ୍: ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତା।ସ୍ୱତନ୍ତ୍ର ଏୟାର୍ ଆମ୍ବୁଲାନ୍ସରେ ଯାଇ ପହଞ୍ଚିଲେ।ଭୁବନେଶ୍ୱରରୁ ଏୟାର ଆମ୍ବୁଲାନ୍ସରେ ଯାଇ ପହଞ୍ଚିଲେ।ପୁରୀ ବଳଙ୍ଗା ପୀଡ଼ିତା ଦିଲ୍ଲୀ ଏମ୍ସରେ ଭର୍ତ୍ତି ନେଇ ସୂଚନା ଜାରି।  ଅପରାହ୍ନ ୪ଟା ୨୦ରେ ଭର୍ତ୍ତି, ୭୫% ଶରୀର ପୋଡ଼ିଛି। ଅବସ୍ଥା ଗୁରୁତର ରହିଛି, ଅକ୍ସିଜେନ୍‌ ସପୋର୍ଟରେ ରହିଛନ୍ତି। ଏମ୍ସ ICU ବର୍ଣ୍ଣ ୟୁନିଟ୍‌ ଓ ପ୍ଲାଷ୍ଟିକ ସର୍ଜରୀ ବ୍ଲକ୍‌ରେ ଚିକିତ୍ସା। ଗୋଟିଏ ଡାକ୍ତରୀ ଟିମ୍‌ ସ୍ବାସ୍ଥ୍ୟାବସ୍ଥା ତଦାରଖ କରୁଛନ୍ତି। ସେପଟେ ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ରାଜ୍ୟ ସରକାର ଏହାକୁ ଗୁରୁତ୍ବର ସହିତ ନେଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପୁରୀ ଜିଲ୍ଲାର ବଳଙ୍ଗା ଠାରେ ଘଟିଯାଇଥିବା ଅଘଟଣ ପାଇଁ ମୁଁ ଗଭୀର ଭାବେ ମର୍ମାହତ। ପୀଡିତାଙ୍କର ସର୍ବୋତ୍ତମ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ସମସ୍ତ ଆବଶ୍ୟକୀୟ ସୁବିଧା ସୁନିଶ୍ଚିତ କରିବେ। ବ୍ୟକ୍ତିଗତ ଭାବେ ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଝିଅଟିର ତ୍ୱରିତ ଆରୋଗ୍ୟ କାମନା ନିମନ୍ତେ ପ୍ରାର୍ଥନା କରୁଛି ।

Leave A Reply

Your email address will not be published.