ଓଡ଼ିଆ ନ୍ୟୁଜ୍: ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ତାଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଜଣେ ଛାତ୍ର ମଧ୍ୟ ଗୁରୁତର ଆହତ ହୋଇଛନ୍ତି । ଉଭୟ ଛାତ୍ରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଛାତ୍ରୀ ଜଣକର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି ।
ମହାବିଦ୍ୟାଳୟର ଶିକ୍ଷକ ଶିକ୍ଷା ବିଭାଗର ବିଭାଗ ପ୍ରମୁଖ ଅଧ୍ୟାପକ ସମୀର କୁମାର ସାହୁଙ୍କ ନାମରେ ପୂର୍ବରୁ ନିର୍ଯାତନାର ଅଭିଯୋଗ ଆଣିଥିଲେ ଜନୈକ ଛାତ୍ରୀ। ଛାତ୍ରୀ ଜଣକ ହେଉଛନ୍ତି ଉକ୍ତ ବିଭାଗର ଦ୍ଵିତୀୟ ବର୍ଷର ଛାତ୍ରୀ