ଓଡ଼ିଆ ନ୍ୟୁଜ୍: ସାମ୍ନାକୁ ଆସିଲେ ଅଧ୍ୟାପକ। ଟାଣିଟାଣି ନେଲା ପୋଲିସ। ବାଲେଶ୍ବର ଏଫଏମ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ ରହିଛନ୍ତି। ଶିକ୍ଷା ବିଭାଗର ମୁଖ୍ୟ ସମୀର ସାହୁ ଥାନାରେ ଅଟକ ହୋଇଛନ୍ତି। ସହଦେବଖୁଣ୍ଟା ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ।
ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ତାଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଜଣେ ଛାତ୍ର ମଧ୍ୟ ଗୁରୁତର ଆହତ ହୋଇଛନ୍ତି । ଉଭୟ ଛାତ୍ରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଛାତ୍ରୀ ଜଣକର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି ।