ନଭେମ୍ବର ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ହେବ ବାଲିଯାତ୍ରା: ଅନୁଷ୍ଠିତ ହେଲା ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

0

ଓଡିଆ ନ୍ୟୁଜ୍(ବ୍ୟୁରୋ): କଟକର ପ୍ରସିଦ୍ଧ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ କରାଯିବ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ନଭେମ୍ବର ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ହେବା ନେଇ ସ୍ଥିର ହୋଇଛି ।

ଗୃହ ଓ ନଗର ଉନ୍ନୟନ, ପୂର୍ତ୍ତ, ଶକ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଆଦି ବିଭାଗ ମାଧ୍ୟମରେ ଯାତ୍ରାର ପ୍ରସ୍ତୁତି ପାଇଁ ୧୫ କୋଟି ୩୫ ଲକ୍ଷ ଟଙ୍କା ଖର୍ଚ୍ଚ ଆକଳନ ଉପରେ ଆଲୋଚନା ହୋଇଛି । ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଅଧିକ ସଂଖ୍ୟକ କଳାକାର ଓ ଶିଳ୍ପୀମାନଙ୍କୁ ସାମିଲ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ଯାତ୍ରା ପଡିଆକୁ ରାସ୍ତା ସଂଯୋଗ, ଟ୍ରାଫିକ୍ ନିୟନ୍ତ୍ରଣ, ପର୍ଯ୍ୟାପ୍ତ ପାର୍କିଂ ସ୍ଥାନ, ଷ୍ଟଲ୍ ପାଇଁ ସ୍ଥାନ ନିର୍ଦ୍ଧାରଣ, ବିଦ୍ୟୁତ ସଂଯୋଗ, ପରିମଳ, ସ୍ବାସ୍ଥ୍ୟ ସେବା ଓ ଆଇନ୍ ଶୃଙ୍ଖଳା ଆଦି ଉପରେ ଗୁରୁତ୍ବ ଦିଆଯାଇଛି । ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ପ୍ରସ୍ତୁତି ସାରିବା ପାଇଁ ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.