ଓଡ଼ିଆ ନ୍ୟୁଜ୍: ବାଲିଅନ୍ତା ମର୍ଡର; ମୁଖ୍ୟ ଅଭିଯୁକ୍ତ ଚିନୁ ଓରଫ୍ ରଞ୍ଜିତ ପାତ୍ର ଗିରଫ। କଟକ ସଦର ଥାନା ଗଙ୍ଗେଶ୍ବରପଡ଼ାର ମୁଖ୍ୟ ଅଭିଯୁକ୍ତ ଚିନୁ ଗିରଫ। ହାତଗୋଡ଼ ବନ୍ଧା ଅବସ୍ଥାରେ ଚିନୁ ବାଉଁଶରେ ପିଟିଥିବା ଜଣାପଡ଼ିଛି। ପୋଲିସ ଦ୍ବାରା ୧୧ ଓ କ୍ରାଇମବ୍ରାଞ୍ଚ ଦ୍ବାରା ଦ୍ବିତୀୟ ଗିରଫଦାରି।
ଏହି ମାମଲାରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି । ପୂର୍ବରୁ ଏହି ଘଟଣାରେ ୧୧ ଜଣ ଗ୍ରାମବାସୀ ଓ ଯୁଧିଷ୍ଠିର ଜେନା ଓରଫ ବଣ୍ଟିକୁ ଗିରଫ କରାଯାଇଥିଲା । ମୁଖ୍ୟ ଅଭିଯୁକ୍ତ ଜଣଙ୍କ ବାଉଁଶରେ ସୌମ୍ୟଙ୍କ ମୁଣ୍ଡ ଓ ଅନ୍ୟ ସମ୍ବେଦନଶୀଳ ଅଙ୍ଗକୁ ମାଡ଼ ମାରିଥିଲା । କମିଶନରେଟ୍ ପୋଲିସ ଏହି ଘଟଣାରେ ପୂର୍ବରୁ ୧୧ ଜଣଙ୍କୁ ଗିରଫ କରିଥିବା ବେଳେ କ୍ରାଇମବ୍ରାଞ୍ଚ ୨ ଜଣଙ୍କୁ ଗିରଫ କରିଛି । ଏହି ଘଟଣାରେ ଆହୁରି ୧୨ ଜଣଙ୍କ ସମ୍ପୃକ୍ତି ଥିବା କ୍ରାଇମବ୍ରାଞ୍ଚ ତଦନ୍ତରୁ ଜାଣିବାକୁ ପାଇଛି । ତାଙ୍କୁ ଗିରଫ କରିବା ପାଇଁ ସବୁ ଉଦ୍ୟମ ଜାରି ରହିଛି । ପୂର୍ବରୁ ଥାନା ଓ କ୍ରାଇମସ୍ପଟ୍କୁ ଯାଇ ଅଧିକ ତନାଘନା କରିଥିଲା କ୍ରାଇମବ୍ରାଞ୍ଚ । ଏକାଧିକ ଲୋକଙ୍କ ବୟାନ ରେକର୍ଡ, ସାଇଣ୍ଟିଫିକ୍ ଏଭିଡେନ୍ସ ଜରିଆରେ ତଦନ୍ତ ଚଳାଇଛି କ୍ରାଇମବ୍ରାଞ୍ଚ । ଏଥିରେ ଅନ୍ୟମାନଙ୍କ ସମ୍ପୃକ୍ତି ନେଇ ମଧ୍ୟ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ ।ଆବଶ୍ୟକ ପଡିଲେ କିଛି ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ କ୍ରାଇମବ୍ରାଞ୍ଚ । ଆଉ ୧୨ ଜଣଙ୍କ ସଂପୃକ୍ତି ନେଇ କ୍ରାଇମବ୍ରାଞ୍ଚକୁ କିଛି ତଥ୍ୟ ପ୍ରମାଣ ମିଳିଛି ବୋଲି କ୍ରାଇମବ୍ରାଞ୍ଚ ଡିଆଇଜି କହିଛନ୍ତି।
ରଞ୍ଜିତଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ରଞ୍ଜିତଙ୍କ ଗିରଫ ପରେ ମୋଟ୍ ଗିରଫ ସଂଖ୍ୟା ୧୩ରେ ପହଞ୍ଚିଛି । ୧୧ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ଦୁଇ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଏ ନେଇ ପ୍ରେସ ରିଲିଜ ଦ୍ବାରା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି ।