ଓଡ଼ିଆ ନ୍ୟୁଜ୍: ଆଜିଠୁ ଆରମ୍ଭ ହେଉଛି ଐତିହାସିକ ବାଲିଯାତ୍ରା କଟକ-୨୦୨୫ । ମହୋତ୍ସବ ପାଇଁ ପ୍ରଶାସନ ପକ୍ଷରୁ ସବୁ କାର୍ଯ୍ୟରେ ଏବେ ଶେଷ ସ୍ପର୍ଶ ଦିଆଯାଉଛି । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍ଘାଟନ କରିବେ । ବାଲିଯାତ୍ରାକୁ ଏଥର ଆକର୍ଷଣୀୟ କରିବା ପାଇଁ ଶ୍ରେୟା ଘୋଷାଲ ଓ ହର୍ଷଦୀପ କୌର ସଂଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି ।
ସେହିପରି ‘କଟକ ଇନ୍ କଟକ’ରେ ଓଡ଼ିଆ ଭାଷା, ସାହିତ୍ୟ ଥିମ୍ରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏଥର ପାଖାପଖି ୧୬୦୦ ଷ୍ଟଲ୍ ପଡ଼ିଛି । ଅନ୍ୟପକ୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ୫୦ ପ୍ଲାଟୁନ୍ ଫୋର୍ସ ଓ ୩୦୦ରୁ ଅଧିକ ଅଫିସର ମୁତୟନ ହେବେ ।