କାଲି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

0

ଓଡ଼ିଆ ନ୍ୟୁଜ୍: କାଲି ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ। ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.