୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

0

ଓଡ଼ିଆ ନ୍ୟୁଜ୍: ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ । ଆଜି ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ତେଣୁ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ସେଥିପାଇଁ ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବ ସାଧରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ନୀତି ଶେଷ କରି ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀବିଗ୍ରହଙ୍କ ମହାସ୍ନାନ ନୀତି ସମ୍ପନ୍ନ କରାଯିବା ପରେ ଅନ୍ୟାନ୍ୟ ନୀତି ବଢ଼ିବା ସହ ଦର୍ଶନ ଆରମ୍ଭ ହେବ।

Leave A Reply

Your email address will not be published.