ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସୂଚନା ମୁତାବକ, ଆଜି କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ।

ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ପାଖାପାଖି ୫ଟାରୁ ବନକଲାଗି ଆରମ୍ଭ ହେବ। ଏହା ରାତି ୧୦ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଦତ୍ତ ମହାପାତ୍ର ସେବକଙ୍କ ଆବଶ୍ୟକ ସାମଗ୍ରୀ ସବୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି। ବନକଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ମୁଖ୍ୟ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.