ରାଜ୍ୟର ୪୦ ପ୍ରତିଶତ ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ବିକାଶ କରିବାକୁ ହେବ: ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାରରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି ତେଣୁ ଏହି ସଂସ୍କୃତିର ବିକାଶ ପାଇଁ ଆଗାମୀ ୨୦୩୬ ସୁଦ୍ଧା ଓଡ଼ିଶାକୁ ସମୃଦ୍ଧ ଓଡ଼ିଶାରେ ପରିଣତ କରିବାକୁ ହେବ । ଆଗାମୀ ୧୧ ବର୍ଷ ଭିତରେ ଏହି ଲକ୍ଷ୍ୟକୁ ସାକାର କରିବାକୁ ହେଲେ ରାଜ୍ୟର ୪୦ ପ୍ରତିଶତ ଜନସଂଖ୍ୟା ବିଶିଷ୍ଟ ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ବିକାଶ କରିବାକୁ ହେବ । ଆଜି ଏହି “ଆଦିବାସୀ ଶକ୍ତି ସମାବେଶ”ରେ ସଂସ୍କୃତି ଓ ପରମ୍ପରାର ଏକ ଅପୂର୍ବ ମିଳନ ହେଉଛି ।

ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ମେଳା ରାଜ୍ୟର ସମସ୍ତ ଆଦିବାସୀ ସମ୍ପ୍ରଦାୟଙ୍କୁ ଏକାଠି କରିବାର ଓ ସେମାନଙ୍କୁ ପରସ୍ପରର ସଂସ୍କୃତି ସହ ପରିଚିତ କରାଇବାର ଏକ ସୁଯୋଗ ସୃଷ୍ଟି କରି ଆସୁଛି । ଏହି ସମାବେଶର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଆଦିବାସୀ ସମ୍ପ୍ରଦାୟର ସମସ୍ତ ସମସ୍ୟା ଓ ଆବଶ୍ୟକତାକୁ ସୁନିଶ୍ଚିତ କରିବା । ଆମେ ତାଙ୍କର ଶିକ୍ଷା, ସ୍ୱାସ୍ଥ୍ୟ, ଓ ସାମାଜିକ ସୁରକ୍ଷାରେ ଉନ୍ନତି କରିବା ପାଇଁ ପ୍ରତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Leave A Reply

Your email address will not be published.