ମୋକିମ କିଏ: ଭକ୍ତ ଦାସ

0

ଓଡ଼ିଆ ନ୍ୟୁଜ୍: ମହମ୍ମଦ ମୋକିମଙ୍କୁ କଂଗ୍ରେସରୁ ବହିଷ୍କାର ନେଇ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ମୋକିମଙ୍କ ଉପରେ ବର୍ଷିଛନ୍ତି । କହିଛନ୍ତି କିଏ ସେ, ଗୋଟିଏ ଆସେମ୍ଲି ଜିତିଛନ୍ତି । ପ୍ରେସ୍‌ମିଟ୍ କାହିଁକି କଲେ, କାରଣ ଆପଣ ଦଳରେ ରହିବାକୁ ଚାହୁଁନାହାନ୍ତି । ଆପଣ ଯଦି ଦଳ ଛାଡ଼ିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏଥିରେ କିଏ କ’ଣ କରିପାରିବ ।

ରାହୁଲ ଗାନ୍ଧୀଙ୍କ ବିଷୟରେ ସେ କ’ଣ ଜାଣନ୍ତି ବୋଲି ଭକ୍ତ ପ୍ରଶ୍ନ କରିଛନ୍ତି। ରାହୁଲ ଦେଶ ସାରା ପଦଯାତ୍ରା କରି ଲୋକଙ୍କୁ ସଚେତନ କଲେ। ଏହା କ’ଣ କଠିନ ପରିଶ୍ରମ ନୁହେଁ, ଚିଠି ଲେଖି ସେ ରାହୁଲଙ୍କୁ ଗାଇଡ କରିବେ। ଏହା ବିରୋଧୀଙ୍କ କାମ କହି ମୋକିମଙ୍କୁ ସମାଲୋଚନା କରିଛନ୍ତି ଭକ୍ତ। ଯଦି କେହି ନିଜ ନେତାଙ୍କ କଠିନ ପରିଶ୍ରମ ଓ ତ୍ୟାଗ ଦେଖିପାରୁନି, ସେମାନଙ୍କୁ କଣ କୁହାଯିବ।

Leave A Reply

Your email address will not be published.