ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜିଲ୍ଲାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାକୁ ନେଇ ଭଞ୍ଜସେନା ପକ୍ଷରୁ ବିକ୍ଷୋଭ । ସମଗ୍ର ମୟୂରଭଞ୍ଜ ଜିଲ୍ଲାରେ ବିପର୍ଯ୍ୟସ୍ତ ହୋଇପଡିଥିବା ସ୍ୱାସ୍ଥ୍ୟ ସେବାରେ ସୁଧାର ଆଣିବା ସହିତ ଅଭାବୀ ଡାକ୍ତର ଓ କର୍ମଚାରୀ ପଦବୀ ପୂରଣ କରିବା ଏବଂ ପିଆରଏମ ମେଡିକାଲ କଲେଜରୁ ରୋଗୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ଦାବୀ ନେଇ ଭଞ୍ଜସେନା ସଂଗଠନ ପକ୍ଷରୁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।
ପୂର୍ବରୁ ରାଇରଙ୍ଗପୁର, କରଞ୍ଜିଆ, ଉଦଳା ଆଦି ୩ଟି ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଦାବୀପତ୍ର ପ୍ରଦାନ କରିଥିବା ବେଳେ ଆଜି ବାରିପଦା ସ୍ଥିତ ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି ।
ଏହାସହ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ପିଆରଏମ୍ ମେଡିକାଲ କଲେଜ ସୁପାରିଟେଣ୍ଡେଣ୍ଟଙ୍କୁ ଜିଲ୍ଲାର ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ସୁଧାର ପାଇଁ ଦାବିପତ୍ର ପ୍ରଦାନ କରାଯାଇଛି । ଆଗାମୀ ଦିନରେ ସ୍ଥିତି ସୁଧାର କରାନଗଲେ ଜିଲ୍ଲାବ୍ୟାପୀ ଆନ୍ଦୋଳନ ସହ ଜିଲ୍ଲା ବନ୍ଦ ଡାକରା ଦିଆଯିବ ବୋଲି ଭଞ୍ଜସେନା ସଂଗଠନ ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି ।
Comments are closed.