୨ ଦିନ ଭାରତ ବନ୍ଦ; ପ୍ରଭାବିତ ହେବା ଏହି ସବୁ ସେବା

0

ମାର୍ଚ୍ଚ ୨୮ ଓ ୨୯ରେ ଭାରତ ବନ୍ଦ ଡାକରା ଦେଇଚି ଟ୍ରେଡ୍‌ ୟୁନିୟନ୍‌। କେନ୍ଦ୍ର ସରକାରଙ୍କ କୃଷକ, ଶ୍ରମିକ ଓ ସାଧାରଣ ଜନତା ବିରୋଧୀ ନୀତି ପ୍ରତିବାଦରେ ଆଜି ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ଡାକରାକୁ ବ୍ୟାଙ୍କ ୟୁନିୟନଗୁଡ଼ିକ ସମର୍ଥନ କରୁଥିବାରୁ ଏହି ଦୁଇଦିନ ବ୍ୟାଙ୍କ ବନ୍ଦ ରହିବ।ଭାରତ ବନ୍ଦ ନେଇ ଦିଲ୍ଲୀରେ ଟ୍ରେଡ ୟୁନିୟନମାନଙ୍କ ତରଫରୁ ଏକ ବୈଠକ କରାଯାଇ ଆନ୍ଦୋଳନର ରୂପରେଖ ପ୍ରସ୍ତୁତ କରାଯାଇଛି। ବୈଠକ ପରେ ଟ୍ରେଡ ୟୁନିଅନଗୁଡ଼ିକ କହିଛନ୍ତି ଯେ ସେମାନେ କେନ୍ଦ୍ରର କର୍ମୀ ବିରୋଧୀ, କୃଷକ ବିରୋଧୀ, ସାଧାରଣ ଜନତା ବିରୋଧୀ ତଥା ଜାତୀୟ ବିରୋଧୀ ନୀତିକୁ ବିରୋଧ କରିବେ। ସାର୍ବଜନୀନ କ୍ଷେତ୍ରର ବ୍ୟାଙ୍କଗୁଡ଼ିକୁ ଘରୋଇକରଣ କରିବା ସହିତ ବ୍ୟାଙ୍କିଙ୍ଗ୍ ଆଇନ୍ ସଂଶୋଧନ ବିଲ୍ ୨୦୨୧ଭଳି ସରକାରଙ୍କ ଯୋଜନାକୁ ବିରୋଧ କରିବାକୁ ବ୍ୟାଙ୍କ ୟୁନିଅନଗୁଡ଼ିକ ବି ଏଥିରେ ଅଂଶଗ୍ରହଣ କରୁଛନ୍ତି।  ଟ୍ରେଡ ୟୁନିଅନ କହିଛି ଯେ ସଡ଼କପଥ, ପରିବହନ କର୍ମଚାରୀ ଏବଂ ବିଦ୍ୟୁତ କର୍ମଚାରୀ ମଧ୍ୟ ଏହି ଧର୍ମଘଟରେ ଯୋଗଦେବାକୁ ନିଷ୍ପତ୍ତି ନେଇଛନ୍ତି। ରେଳବାଇ ଏବଂ ପ୍ରତିରକ୍ଷା କ୍ଷେତ୍ରର ୟୁନିଅନ ମାନେ ଶହ ଶହ ସ୍ଥାନରେ ଏହି ଧର୍ମଘଟକୁ ସମର୍ଥନ କରି ଜନସମାଗମ କରିବେ। କୋଇଲା, ଇସ୍ପାତ, ତୈଳ, ଟେଲିକମ୍, ଡାକ, ଆୟକର ଏବଂ ବୀମା ଭଳି ବିଭିନ୍ନ କ୍ଷେତ୍ରର କର୍ମଚାରୀମାନେ ମଧ୍ୟ ଆନ୍ଦୋଳନକୁ ସମର୍ଥନ ଜଣାଇ ଦୁଇ ଦିନିଆ ଭାରତ ବନ୍ଦରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ବନ୍ଦକୁ ନେଇ ଷ୍ଟେଟ ବ୍ୟାଙ୍କ ମାର୍ଚ୍ଚ ୨୮-୨୯ରେ ବ୍ୟାଙ୍କ ସେବା ପ୍ରଭାବିତ ରହିବ ବୋଲି ନିଜ ଗ୍ରାହକଙ୍କୁ ସୂଚନା ଦେଇଛି।

ସେପଟେ ଏହି ଆନ୍ଦୋଳନକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟ ସରକାରମାନେ କଡା ସୁରକ୍ଷା ବ୍ୟବସ୍ଥା କରିଛନ୍ତି। ଆନ୍ଦୋଳନ ବେଳେ ହିଂସାକୁ ରୋକିବା, ଶାନ୍ତିପୂର୍ଣ୍ଣ ଭାବେ ଭାରତ ବନ୍ଦରେ ସାମିଲ ଥିବା ଲୋକ ଯେପରି ଆନ୍ଦୋଳନ କରିପାରିବେ ତାହା ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଇଛି।

Leave A Reply

Your email address will not be published.