ଓଡ଼ିଆ ନ୍ୟୁଜ୍: BMC ଅଫିସ୍ରେ ପଶି ଆକ୍ରମଣ ଘଟଣା, ୩ ଅଭିଯୁକ୍ତ ଗିରଫ । ଅତିରିକ୍ତ କମିଶନରଙ୍କୁ ଆକ୍ରମଣ କରିଥିବା ଖାରବେଳନଗର ଥାନାରେ ଏତଲା ଆଧାରରେ ଗିରଫ କରାଯାଇଛି। କଡ଼ା ଆଇନରେ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି। ଅନ୍ୟମାନଙ୍କ ସମ୍ପୃକ୍ତି ନେଇ ତଦନ୍ତ ଚାଲିଛି।ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆଜି ନିଜ ଅଫିସରେ କିଛି ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।
ଘଟଣାଟି ସେତେବେଳେ ଘଟିଥିଲା ଯେତେବେଳେ ସାହୁ ଗ୍ରୀଭାନ୍ସ ରିଡ୍ରେସାଲ ବୈଠକରେ ବ୍ୟସ୍ତ ଥିଲେ। ଛଅ ଜଣ ଅଜଣା ଯୁବକ ସାହୁଙ୍କ ଚାମ୍ବରକୁ ଅନଧିକୃତ ଭାବେ ପ୍ରବେଶ କରି ବିନା କାରଣରେ ତାଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣର ଉଦ୍ଦେଶ୍ୟ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି।