ଓଡ଼ିଆ ନ୍ୟୁଜ୍: ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର।ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ସୂଚନା। ଗ୍ରୀନ୍ ଷ୍ଟିକର ପରିବହନ ବିଭାଗ ଯୋଗାଇ ଦେବ। ପ୍ରଦୂଷଣ ପ୍ରମାଣ ପତ୍ର ନଥିଲେ କାର୍ଯ୍ୟାନୁଷ୍ଠାନ ହେବ। ସଡ଼କ ସୁରକ୍ଷା ମାସ ଆସୁଥିବାରୁ PUCC କୋହଳ କରାଯାଇଛି। ୨୦୧୯ ରେ ଯେଉଁ ଫାଇନ୍ ବଢ଼ାଯାଇଛି କୋହଳ କରିବାକୁ ତର୍ଜମା କରିବୁ। ଅନ୍ୟ ରାଜ୍ୟରେ ଫାଇନ୍ କମ୍ ରହିଛି, ପର୍ଯ୍ୟାଲୋଚନା କରୁଛୁ।ନୂଆ ଓ ପୁରୁଣା ସବୁ ଗାଡ଼ିକୁ ପ୍ରମାଣ ମିଳୁଥିବାରୁ ତର୍ଜମା କରାଯାଉଛି।
୨୦୧୯ ରେ ଯେଉଁ ଫାଇନ୍ ବଢ଼ାଯାଇଛି କୋହଳ କରିବାକୁ ତର୍ଜମା କରାଯିବ ବୋଲି ପରିବହନ ମନ୍ତ୍ରୀ କହିଛନ୍ତି । ଅନ୍ୟ ରାଜ୍ୟରେ ଫାଇନ୍ କମ୍ ରହିଛି, ପର୍ଯ୍ୟାଲୋଚନା ଚାଲିଛି । ନୂଆ ଓ ପୁରୁଣା ସବୁ ଗାଡିକୁ ପ୍ରମାଣ ମିଳୁଥିବାରୁ ତର୍ଜମା କରାଯାଉଛି । ଯେଉଁ ଗାଡିରୁ ଫାଇନ୍ ଆଦାୟ ସରିଛି, ତାହାର ମଧ୍ୟ ବିଚାର କରାଯାଉଛି ।
ସୂଚନାଯୋଗ୍ୟ, ଗତ ବୁଧବାର ଦିନ ମୋଟର ଯାନର ପ୍ରଦୂଷଣ ସାର୍ଟିଫିକେଟ୍ ଯାଞ୍ଚ ନେଇ ଜନସାଧାରଣ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଅନୁଧ୍ୟାନ କରି ବାଣିଜ୍ୟ ଓ ପରିବହନ ବିଭାଗର ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗାଡିରେ ବୈଧ କାଗଜପତ୍ର କରାଇବା ପାଇଁ ଅବଧିକୁ ମାସେ ବୃଦ୍ଧି କରାଯାଇଥିଲା ।