ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଆଜି ରାଜ୍ୟ ସରକାର ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ ସରକାରୀ କର୍ମଚାରୀମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।
ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହି ଘୋଷଣା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ନିର୍ବାଚନ ଆସିଲେ ସରକାର ଏଭଳି ଘୋଷଣା କରନ୍ତି ବୋଲି ଚର୍ଚ୍ଚା ହେଉଛି ।