କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ବଡ ଝଟକା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଡ଼ିଶା ରୁରାଲ ହାଉଜିଂ ଆଣ୍ଡ ଡେଭଲପମେଣ୍ଟ କର୍ପୋରେସନ(ORHDC) ଋଣ ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମକୁ ବଡ ଝଟକା । ଦୁର୍ନୀତି ମାମଲାରେ ମୋକିମଙ୍କୁ ୩ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ।

ଏହି ମାମଲାରେ ମୋକିମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବେଳେ ତାଙ୍କ ଆବେଦନକୁ ଖାରଜ କରି ନିମ୍ନ ଅଦାଲତଙ୍କ ରାୟକୁ କାଏମ୍‌ ରଖିଛନ୍ତି ହାଇକୋର୍ଟ । ନିମ୍ନ ଅଦାଲତର ଏହି ରାୟକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ମୋକିମ । ଏହି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ଆଜି ଏହାର ରାୟ ପ୍ରକାଶ ପାଇଛି । ଭୁବନେଶ୍ୱବର ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଛନ୍ତି ହାଇକୋର୍ଟ ।

ମୋକିମ୍‌ଙ୍କ ସହିତ ପୂର୍ବତନ ଆଇଏଏସ୍‌ ଅଫିସର ବିନୋଦ କୁମାର, କମ୍ପାନୀ ସେକ୍ରେଟାରୀ ସ୍ୱସ୍ତିରଂଜନ ମହାନ୍ତି ଓ ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଜେଲ୍‌ ଲେଖାଏଁ ଦଣ୍ଡାଦେଶ ଶୁଣାଇଥିଲେ କୋର୍ଟ। ସେମାନଙ୍କୁ ଜେଲ୍‌ ଦଣ୍ଡ ସହ ସମସ୍ତଙ୍କ ଉପରେ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା ଲଗାଇଥିଲେ କୋର୍ଟ। ଜରିମାନା ଅନାଦେୟ ହେଲେ ସେମାନେ ଅଧିକ ୬ ମାସ ଜେଲ୍‌ରେ ରହିବେ ବୋଲି କୋର୍ଟ ତାଙ୍କ ରାୟରେ କହିଥିଲେ। ଏହି ମାମଲାରେ ତଳ କୋର୍ଟ ରାୟ ବିରୋଧରେ ହାଇକୋର୍ଟ ଯିବା ନିମନ୍ତ ମୋକିମ କହିଥିବା ବେଳେ ଆଜି ତାଙ୍କୁ ଶକ୍ତ ଝଟକା ଲାଗିଛି।

Leave A Reply

Your email address will not be published.