ହରିହର ବେଶରେ ଦର୍ଶନ ଦେବେ ବଡ଼ଠାକୁର

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀଜିଉଙ୍କ ହରିହର ବେଶ । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ବସ୍ତ ପରିଧାନ କରି ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି।

କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଓ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି।  ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ ।‌ କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ।

ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିବେ ଭକ୍ତ ।‌ ମହାକାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କର ୬ ଗୋଟି ବିଷ୍ଣୁ ସମ୍ପର୍କିତ ବେଶ ହେଉଥିବା ବେଳେ ହରିହର ବେଶଟି ଶିବ ଓ ବିଷ୍ଣୁ ଉଭୟଙ୍କର ସମନ୍ୱୟ ସାଧନ କରେ । ବିଶେଷକରି ସୋମବାର ଶିବଙ୍କ ବାର ହୋଇଥିବାରୁ କାର୍ତ୍ତିକ ମାସ ଅମାବାସ୍ୟା ପରେ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ହରିହର ବେଶ ଅନୁଷ୍ଠିତ ହୋଇଥାଏ । ଏହି ବେଶ୍ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ବେଶ୍ ଭିଡ଼ ଲାଗି ରହିଛି । ଶୃଙ୍ଖଳିତ ଦର୍ଶନ ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Leave A Reply

Your email address will not be published.