ଓଡ଼ିଶା ଆସିଛନ୍ତି ବିଜୁ ପଟ୍ଟନାୟକଙ୍କ ନାତି ଅରୁଣ ପଟ୍ଟନାୟକ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ଆଜି ଓଡ଼ିଶା ଆସିଛନ୍ତି ବିଜୁ ପଟ୍ଟନାୟକଙ୍କ ନାତି ଅରୁଣ ପଟ୍ଟନାୟକ । ଭାଙ୍ଗିଛି ଦୀର୍ଘ ୨୪ ବର୍ଷର ସରକାର । ତେବେ ଏହା ଭିତରେ ଗତକାଲି ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ନାତି ଅରୁଣ ପଟ୍ଟନାୟକ ।

ତେବେ ଅରୁଣଙ୍କ ଅଚାନକ ଭୁବନେଶ୍ୱର ଆଗମନକୁ ନେଇ ରାଜନୀତି ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି । ତେବେ ଅରୁଣ ନବୀନଙ୍କ ଉତ୍ତରାଧିକାରୀ ହୋଇ ବିଜେଡିର ନେତୃତ୍ୱ ନେବେ ନା ନବୀନଙ୍କୁ ପରାଜୟର ସାନ୍ତ୍ୱନା ଦେଇ ପୁଣିଥରେ ଦିଲ୍ଲୀ ଫେରିଯିବେ ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି । ସୂଚନା ଅନୁସାରେ, ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସହ ସେ ଦିଲ୍ଲୀରୁ ଆସି ସିଧାସଳଖ ନବୀନ ନିବାସ ଯାଇଥିଲେ।

ବିମାନ ବନ୍ଦରରେ  ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ  ଉଭୟ ଅରୁଣ ଓ ପାଣ୍ଡିଆନଙ୍କୁ ସ୍ଵାଗତ କରିଥିଲେ। ସମସ୍ତେ ନବୀନ ନିବାସରେ କିଛି ସମୟ ବିତାଇବା ପରେ ପାଣ୍ଡିଆନ ଓ ପ୍ରଣବ ପ୍ରକାଶ ଦାସ ନିଜ ଘରକୁ ଫେରିଛନ୍ତି। ନବୀନ ନିବାସରେ ନବୀନଙ୍କ ସହ ଅରୁଣ ଥିବା ଜଣାପଡିଛି ।

 

 

 

Leave A Reply

Your email address will not be published.