୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେଡି, ଦୀପାଳିଙ୍କ ପାଇଁ ପ୍ରଚାର କରିବେ ନବୀନ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ବିଜେଡି ପ୍ରାର୍ଥିନୀ ଦୀପାଳି ଦାସଙ୍କ ଲାଗି ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ବହୁ ହେଭିଓ୍ବେଟ ସ୍ଥାନ ପାଇଛନ୍ତି ।  ସବୁଠୁ ବଡ଼ କଥା ହେଉଛି ଦୀପାଳି ଦାସଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗୁରୁବାର ବିଜୁ ଜନତା ଦଳ ଝାରସୁଗୁଡା ଉପ ନିର୍ବାଚନ ପାଇଁ ଘୋଷଣା କରିଥିବା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାର ଶୀର୍ଷରେ ନବୀନଙ୍କ ନାମ ସ୍ଥାନ ପାଇଛି । ଏହା ତଳକୁ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ ଓ ମନ୍ତ୍ରୀ, ବିଧାୟକମାନେ ରହିଛନ୍ତି ।

ବିଜେଡି ପକ୍ଷରୁ ଘୋଷଣା କରାଯାଇଥିବା ଷ୍ଟାର ପ୍ରଚାରକ ତାଲିକାରେ ନବୀନଙ୍କ ସହିତ ପ୍ରଣବ ପ୍ରକାଶ ଦାଶ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ସାରଦା ପ୍ରସାଦ ନାୟକ, ନିରଞ୍ଜନ ପୂଜାରୀ, ଅଶୋକ ପଣ୍ଡା, ପଦ୍ମନାଭ ବେହେରା, ସୁଶାନ୍ତ ସିଂହ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚ୍ଚୀ ନାୟକ, ଅରୁଣ ସାହୁ ଓ ପ୍ରତାପ ଜେନା ରହିଛନ୍ତି । ତାଙ୍କ ସହିତ ସେହ୍ନାଙ୍ଗିନୀ ଛୁରିଆ, ଟୁକୁନି ସାହୁ, ପ୍ରଶାନ୍ତ ମୁଦୁଲି, ପୁଷ୍ପେନ୍ଦ୍ର ସିଂହଦେଓ, ଦିବ୍ୟଶଙ୍କର ମିଶ୍ର, ରୀତା ସାହୁ, ଅଳକା ମହାନ୍ତି, ଚନ୍ଦ୍ରସାରଥୀ ବେହେରା, ବ୍ରଜକିଶୋର ପ୍ରଧାନ, ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ବିକ୍ରମ କୁମାର ପଣ୍ଡା, ନଳିନୀ କାନ୍ତ ପ୍ରଧାନ, ସରୋଜ ମେହେର ପ୍ରଚାର କରିବେ ।

ସୂଚନାଯୋଗ୍ୟ ଯେ, ନବ ଦାସଙ୍କ ଦେହାନ୍ତ ପରେ ଝାରସୁଗୁଡାରେ ହେଉଛି ଉପ ନିର୍ବାଚନ । ଏହି ଉପ ନିର୍ବାଚନରେ ନବଙ୍କ ଝିଅ ଦୀପାଳିକୁ ପ୍ରାର୍ଥୀ କରିଛି ବିଜେଡି । ଆସନ୍ତା ମେ ୧୦ରେ ଝାରସୁଗୁଡା ଭୋଟ୍ ପଡିବାକୁ ଥିବାବେଳେ, ମେ ୧୩ରେ ଆସିବ ରେଜଲ୍ଟ । ପଶ୍ଚିମ ଓଡ଼ିଶାର ଅନ୍ୟତମ ଟାଣୁଆ ନେତା ଭାବେ ପରିଚିତ ସୁଶାନ୍ତ ସିଂଙ୍କୁ ବିଜେଡି ଝାରସୁଗୁଡ଼ା ଉପନିର୍ବାଚନର କୌଣସି ଦାୟିତ୍ୱ ଦେଇ ନଥିଲା । ଯାହାକୁ ନେଇ ବିରୋଧୀ ଅଭିଯୋଗ କରିଥିଲେ ନବ ଦାସଙ୍କ ହତ୍ୟାରେ ସୁଶାନ୍ତ ସିଂଙ୍କ ସମ୍ପୃକ୍ତି ଥିବାରୁ ବିଜେଡି ଉପନିର୍ବାଚନ ଦାୟିତ୍ୱ ତାଙ୍କୁ ଦେଉ ନାହିଁ । ଆଜି ବିଜେଡି ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିବା ସହ ସୁଶାନ୍ତ ସିଂଙ୍କୁ ସାମିଲ୍ କରି ବିରୋଧୀ ଏକ ପ୍ରକାର ଜବାବ ଦେଇଥିବା କୁହାଯାଇଛି । ତେବେ ଦୁଇଦିନ ପୂର୍ବରୁ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଥିଲା କଂଗ୍ରେସ । ଏହି ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକାରେ ଏ. ଚେଲ୍ଲା କୁମାର, ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ, ନରସିଂହ ମିଶ୍ର, କହ୍ନେୟା କୁମାର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ବିଜୟ କୁମାର ପଟ୍ଟନାୟକ, ଶରତ ରାଉତ, ଭକ୍ତ ଚରଣ ଦାସ, ସପ୍ତଗିରି ଶଙ୍କର ଉଲ୍ଲାକା, ଚିରଞ୍ଜୀବୀ ବିଶ୍ୱାଳ, ପଞ୍ଜାନନ କାନୁନଗୋ, ଗଣେଶ୍ୱର ବେହେରା ପ୍ରମୁଖ ନେତାମାନେ ସ୍ଥାନ ପାଇଛନ୍ତି ।

Leave A Reply

Your email address will not be published.